ଡାକ୍ତର ଅଭାବରୁ ଚନ୍ଦାହାଣ୍ଡିରେ ଭୁଶୁଡ଼ିପଡିଛି ସ୍ବାସ୍ଥ୍ୟସେବା

ଚନ୍ଦାହାଣ୍ଡି, ୫।୮(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲାର ଶେଷମୁଣ୍ଡରେ ତଥା ଜିଲା ମୁଖ୍ୟାଳୟରୁ ୧୨୨ କିମି ଦୂରରେ ଅବସ୍ଥିତ ଚନ୍ଦାହାଣ୍ଡି ବ୍ଲକ ପ୍ରତି ଜିଲା ସ୍ବାସ୍ଥ୍ୟ ବିଭାଗର ଅବହେଳା ଚରମ ସୀମାରେ ପହଞ୍ଚତ୍ଛି। ଏଠାରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ୪ଟି ପିଏଚ୍‌ସିରେ ଆବଶ୍ୟକ ସଂଖ୍ୟକ ଡାକ୍ତର ଅଭାବ ହେତୁ ଏଠାରେ ସ୍ବାସ୍ଥ୍ୟସେବା ଏକରକମ ଭୁଶୁଡ଼ି ପଡ଼ିଛି। ଲୋକେ ଏବେ ସ୍ବାସ୍ଥ୍ୟସେବା ପାଇଁ ଧର୍ମଗଡ଼, ଉମରକୋଟ ଓ ନବରଙ୍ଗପୁର ଡାକ୍ତରଖାନା ଉପରେ ନିର୍ଭର କରୁଛନ୍ତି। ଡାକ୍ତର ନିଯୁକ୍ତି ନ ହେଲେ ଜନ ଆନ୍ଦୋଳନ ହେବାର ଆଶଙ୍କା ରହିଛି।
ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ତତ୍କାଳୀନ ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡାକ୍ତର ସଂଗ୍ରାମ କେଶରୀ ସାହୁ ଓ ଅନ୍ୟ ୨ଜଣ ଡାକ୍ତର ପିଜି ପଢିବାକୁ ଅନ୍ୟତ୍ର ଚାଲି ଯାଇଛନ୍ତି। ତାଙ୍କ ସ୍ଥାନରେ କାହାକୁ ମଧ୍ୟ ସମ୍ପୂର୍ଣ୍ଣ ଭାବେ ମେଡିକାଲ୍‌ ଅଫିସର ଦାୟିତ୍ୱ ଦିଆଯାଇ ନ ଥିବାରୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ହେଉଥିବା ବିଭିନ୍ନ ପ୍ରକାର ସଚେତନତାମୂଳକ କାର୍ଯ୍ୟକ୍ରମ ଓ ସରକାରୀ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରୁ ନାହିଁ। ଅନ୍ୟପକ୍ଷରେ ଦୀର୍ଘ ଦିନ ହେବ ଏଠାରେ ରହିଥିବା ବିଭିନ୍ନ ବିଶେଷଜ୍ଞ ଡାକ୍ତର ପଦବୀ ଖାଲି ପଡି ରହିଥିବା ବେଳେ ଏ ଦିଗରେ ଜିଲା ସ୍ବାସ୍ଥ୍ୟ ବିଭାଗ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଲୋକେ ସୁଦୂର ଧର୍ମଗଡ଼, ଉମରକୋଟ ଓ ନବରଙ୍ଗପୁର ଡାକ୍ତରଖାନା ଉପରେ ନିର୍ଭର କରୁଛନ୍ତି। ଅନ୍ୟପକ୍ଷରେ ଚନ୍ଦାହାଣ୍ଡି ବ୍ଲକର ବେହେରା ମୁଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିମନ୍ତେ ନିଯୁକ୍ତ ହୋଇ ଆସିଥିବା ଡାକ୍ତର କାଳନ୍ଦୀ ବେହେରାଙ୍କୁ ଜିଲା ସ୍ବାସ୍ଥ୍ୟ ବିଭାଗ ଅନ୍ୟତ୍ର ନେଇ ଯିବା ନେଇ ମସୁଧା ଚଳାଇ ଥିବାବେଳେ ଏଠାରେ ଜନ ଅସନ୍ତୋଷ ବଢିବାରେ ଲାଗିଛି। ଯଦି ବେହେରାମୁଣ୍ଡା ଡାକ୍ତରଙ୍କୁ ପୁନଶ୍ଚ ଚନ୍ଦାହାଣ୍ଡିକୁ ପଠା ନ ଯାଏ, ତେବେ ଜନ ଆନ୍ଦୋଳନ ହେବ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର ଧରୁଛି। ସେହିଭଳି ଏଠାରେ ଆବଶ୍ୟକ ସଂଖ୍ୟକ ଲ୍ୟାବ୍‌ ଟେକ୍ନିସିଆନ୍‌ ନ ଥିବାରୁ ଦୀର୍ଘ ଦିନ ହେବ ଏକ୍ସରେ ମେଶିନ ଆସି ଖତଖାଉଛି। ଯାହା ଫଳରେ ଲୋକେ ସାଧାରଣ ଏକ୍ସରେ ନିମନ୍ତେ ଧର୍ମଗଡ଼ ଉମରକୋଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଗଲେଣି। ଏଭଳି ବହୁ ସମସ୍ୟାରେ ପରିପୂର୍ଣ୍ଣ ଚନ୍ଦାହାଣ୍ଡି ବ୍ଲକ୍‌ର ସ୍ବାସ୍ଥ୍ୟସେବା ପ୍ରତି ବିଭାଗ ଦୃଢ଼ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦାବି ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri