Posted inଜାତୀୟ

ଛୋଟ ସହରରେ ପହଞ୍ଚିଛି ସ୍ବାସ୍ଥ୍ୟ ସେବା: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୬।୩ : ସ୍ବାସ୍ଥ୍ୟ ଏବଂ ଚିକିତ୍ସା ଅନୁସନ୍ଧାନ ଉପରେ ସୋମବାର ଆୟୋଜିତ ୱେବନାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ‘ପିଏମ ଆୟୁଷ୍ମାନ ଭାରତ’ ସ୍ବାସ୍ଥ୍ୟ ଭିତ୍ତିଭୂମି ମାଧ୍ୟମରେ ଛୋଟ ସହରରେ ଆବଶ୍ୟକ ସ୍ବାସ୍ଥ୍ୟ ସେବା ପହଞ୍ଚି ପାରିଛି। ଛୋଟ ସହରରେ ନୂତନ ଡାକ୍ତରଖାନା ନିର୍ମାଣ ସହିତ ସ୍ବାସ୍ଥ୍ୟ କ୍ଷେତ୍ର ସହିତ ଜଡିତ ଏକ ସମ୍ପୂର୍ଣ୍ଣ ଇକୋ-ସିଷ୍ଟମ ମଧ୍ୟ ବିକାଶିତ ହେଉଛି।

ପ୍ରଧାନମନ୍ତ୍ରୀ କହିଛନ୍ତି, ଦେଶରେ ଭଲ ଏବଂ ଆଧୁନିକ ସ୍ବାସ୍ଥ୍ୟ ଭିତ୍ତିଭୂମି ରହିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆଜି ଦେଶରେ ଦେଢ଼ ଲକ୍ଷ ଲକ୍ଷ ସ୍ବାସ୍ଥ୍ୟ ଓ ସୁସ୍ଥତା କେନ୍ଦ୍ର ପ୍ରସ୍ତୁତ କରାଯାଇଛି। ମଧୁମେହ, କର୍କଟ ଏବଂ ହୃଦୟ ସମ୍ବନ୍ଧୀୟ ଗମ୍ଭୀର ସମସ୍ୟାର ସ୍କ୍ରିନିଂ ପାଇଁ ଏହି କେନ୍ଦ୍ରଗୁଡ଼ିକରେ ସୁବିଧା ରହିଛି ।

ପ୍ରଧାନମନ୍ତ୍ରୀ କହିଛନ୍ତି, ଆମର ପ୍ରାୟ ନଅ ହଜାର ଜନ ଔଷଧି କେନ୍ଦ୍ର ଅଛି। ବଜାର ଦରଠାରୁ ବହୁତ ଶସ୍ତାରେ ଏଠାରେ ଔଷଧ ଉପଲବ୍ଧ। ଏହାଦ୍ୱାରା ଗରିବ ଏବଂ ମଧ୍ୟବିତ୍ତ ପରିବାରଙ୍କର ବାର୍ଷିକ ପ୍ରାୟ ୨୦ ହଜାର କୋଟି ଟଙ୍କା ସଞ୍ଚୟ ହୋଇ ପାରୁଛି। ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସହିତ ଦେଶର କୋଟି କୋଟି ଲୋକଙ୍କ ଚିକିତ୍ସା ପାଇଁ ପ୍ରାୟ ୮୦ ହଜାର କୋଟି ଟଙ୍କା ସରକାରଙ୍କ ପକ୍ଷରୁ ଖର୍ଚ୍ଚ କରାଯାଉଛି। ବିଦେଶୀ ଦେଶ ଉପରେ ଭାରତର ନିର୍ଭରଶୀଳତାକୁ କମ କରିବାକୁ ଆମେ ନିରନ୍ତର ଚେଷ୍ଟା କରୁଛୁ। ଭାରତରେ ଚିକିତ୍ସା ସୁଲଭ କରିବା ଆମ ସରକାରଙ୍କ ପ୍ରାଥମିକତା ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri