ଆୟୁଷ ଡାକ୍ତରରେ ଚାଲିଛି ସ୍ବାସ୍ଥ୍ୟସେବା

ଭଦ୍ରକ,୧୮ା୫(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଅଡ଼ାଳପଙ୍କ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଆୟୁଷ ଡାକ୍ତରରେ ସ୍ବାସ୍ଥ୍ୟସେବା ଚାଲିଛି। କେତେବେଳେ କେମିତି ଜଣେ ଡାକ୍ତର ନିଯୁକ୍ତି ପାଉଥିବା ବେଳେ ପରବର୍ତ୍ତୀ ମୂହୂର୍ତ୍ତରେ ତାଙ୍କୁ ସ୍ଥାନାନ୍ତର କରି ଦିଆଯାଉଛି। ଜଣେ ଆୟୁଷ ଡାକ୍ତରଙ୍କୁ ନେଇ ସ୍ବାସ୍ଥ୍ୟସେବା ଚାଲୁଥିବା ବେଳେ ତାଙ୍କୁ ମଧ୍ୟ ସପ୍ତାହରେ ଥରେ ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଡେପୁଟେଶନରେ ପଠାଇ ଦିଆଯାଉଛି। ଫଳରେ ଏହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଥିବା ଲୋକେ ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ ହେଉଛନ୍ତି।
ବନ୍ତ-ଆଗରପଡ଼ା ମୁଖ୍ୟ ରାସ୍ତା ପାର୍ଶ୍ୱରେ ଅବସ୍ଥିତ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଆଡ଼ିଆ, ରାମଚନ୍ଦ୍ରପୁର ପଞ୍ଚାୟତ ସମେତ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ସଢ଼ା ଓ ସୋସୋ ପଞ୍ଚାୟତର ୪ ହଜାରରୁ ଊର୍ଦ୍ଧ୍ୱ ଲୋକ ନିର୍ଭରଶୀଳ। ମୁଖ୍ୟରାସ୍ତା କଡ଼ରେ ଡାକ୍ତରଖାନା ଥିବାରୁ ବିଭିନ୍ନ ସମୟରେ ଦୁର୍ଘଟଣାରେ ଶିକାର ହୋଇଥିବା ଆହତମାନେ ଆଶୁ ଚିକିତ୍ସା ପାଇଁ ଏଠାକୁ ଆସି ନିରାଶ ହେଉଛନ୍ତି। ଗତ ଜାନୁଆରୀରେ ଏଠାରେ ଜଣେ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ଚଳିତ ମାସରେ ତାଙ୍କର ମଧ୍ୟ ବଦଳି ହୋଇଯାଇଛି। ଡାକ୍ତର ନ ଥିବାରୁ ବିଭିନ୍ନ ସମୟରେ ରୋଗୀମାନେ ନିରାଶ ହୋଇ ଫେରୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହେଉଥିବା ସ୍ଥାନୀୟ ଅଞ୍ଚଳର ଶିକ୍ଷାବିତ୍‌ ପଦ୍ମନାଭ ସେଠୀ ପ୍ରକାଶ କରିଛନ୍ତି। ଏପରିକି ସେ ଶୁକ୍ରବାର ନିଜର ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଏଠାକୁ ଆସିଥିବା ବେଳେ ଦୀର୍ଘ ସମୟ ଅପେକ୍ଷା କରି ମଧ୍ୟ ଡାକ୍ତର ନ ଥିବାରୁ ନିରାଶ ହୋଇଥିବା କହିଛନ୍ତି। ଏଠାରେ ଜଣେ ସ୍ଥାୟୀ ଡାକ୍ତର ନିଯୁକ୍ତି ଦେବାକୁ ଦାବି କରିବା ସହ ଏନେଇ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ମଧ୍ୟ ସେ ଚେତାବନୀ ଦେଇଛନ୍ତି।
ଏ ସମ୍ପର୍କରେ ଭାରପ୍ରାପ୍ତ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଆୟୁଷ ଡାକ୍ତର ଦିଲୀପ ସାହୁ କହିଛନ୍ତି, ସପ୍ତାହରେ ଗୋଟିଏ ଦିନ ତାଙ୍କୁ ଡେପୁଟେଶନରେ ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅପରପକ୍ଷେ ସିଡିଏମ୍‌ଓ ଡା. ସନ୍ତୋଷ ପାତ୍ର କହିଛନ୍ତି, ନିଯୁକ୍ତି ପାଇଥିବା ଡାକ୍ତରଙ୍କୁ ମେଡିକାଲ କଲେଜକୁ ସ୍ଥାନାନ୍ତର ପାଇଁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ରହିଛି। ମେଡିକାଲ କଲେଜରେ ଡାକ୍ତର ଅଭାବରୁ ଏପରି ସ୍ଥିତି ସୃଷ୍ଟି ହୋଇଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ଯୋଗାଇବାକୁ ବିଭିନ୍ନ ଡାକ୍ତରଙ୍କୁ ଡେପୁଟେଶନରେ ନିଆଯାଉଛି। ଅଡ଼ାଳପଙ୍କ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିବା ଡାକ୍ତରଙ୍କ ଡେପୁଟେଶନ ଖୁବ୍‌ଶୀଘ୍ର ବାତିଲ କରାଯିବ ବୋଲି ସେ କହିଛନ୍ତି। ତେବେ କେବଳ ଅଡ଼ାଳପଙ୍କ ନୁହେଁ, ଏପରି ସ୍ଥିତି ଜିଲାର ବିଭିନ୍ନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?