ସ୍ବାସ୍ଥ୍ୟ ସେବାରେ ରେକର୍ଡ: ଗୋଟିଏ ଦିନରେ ସୁସ୍ଥ ହେଲେ ୬୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୯।୮: ଦେଶର କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ଆକ୍ରାନ୍ତଙ୍କ ସୁସ୍ଥ ହେବାରେ ବୁଧବାର ଏକ ନୂଆ ରେକର୍ଡ ହୋଇଛି। ଗୋଟିଏ ଦିନରେ ୬୦ ହଜାର ୯୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୭୩ ପ୍ରତିଶତ ଥିବାବେଳେ ମୃତ୍ୟୁ ହା ୧.୯୩ ପ୍ରତିଶତ ରହିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଲକ୍ଷ ୬୭ ହଜାର ୨୭୪ ରହିଛି। ସେହିପରି ମୃତକଙ୍କ ସଂଖ୍ୟା ୫୨ ହଜାର ୮୮୯ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୪ ହଜାର ୫୩୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ହଜାରେ ୯୨ ଜଣଙ୍କର ମୃତ୍ୟୁ ଘଟିଛି। ୨୦ ଲକ୍ଷ ୩୭ ହଜାର ୮୭୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୬ ଲକ୍ଷ ୭୬ ହଜାର ୫୧୪ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଇତିମଧ୍ୟରେ ୩ କୋଟି ୧୭ ଲକ୍ଷ ୪୨ ହଜାର ୭୮୨ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ମଙ୍ଗଳବାର ୮ ଲକ୍ଷ ଏକ ହଜାର ୫୧୮ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri