କୋଭିଡ୍‌ ଟିକାକୁ ସ୍ବାସ୍ଥ୍ୟକର୍ମୀଙ୍କ ନା’

ଖୋର୍ଦ୍ଧା ଅଫିସ,୧୩ା୧: ରାଜ୍ୟରେ ଆସନ୍ତା ୧୬ ତାରିଖରୁ କୋଭିଡ୍‌ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ସ୍ବତନ୍ତ୍ର ବିମାନ ଯୋଗେ ଟିକା ଭୁବନେଶ୍ୱରରେ ପହଞ୍ଚିିଛି। ମଙ୍ଗଳବାର ମଧ୍ୟରାତ୍ରିରୁ ଟିକା ସମସ୍ତ ଜିଲାରେ ପହଞ୍ଚିବା ଲାଗି ଯୋଜନା ରହିଛି। ଖୋର୍ଦ୍ଧା ଜିଲାରେ ଟିକାକରଣ ଲାଗି ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଦୁଇ ଥର ଡାଇ ରନ୍‌ ଟ୍ରାଏଲ କାର୍ଯ୍ୟକ୍ରମ ସରିଛି। କୋଭିଡ୍‌ ଯୋଦ୍ଧା ଭାବେ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କୁ ପ୍ରଥମେ ଏହି ଟିକା ଦିଆଯିବ। ତେବେ ଜିଲାରେ ଟିକା ନେବାକୁ ମନା କରିଛନ୍ତି ଓଡ଼ିଶା ରାଜ୍ୟ ପୁରୁଷ ଓ ମହିଳା ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ଏବଂ ସ୍ବାସ୍ଥ୍ୟ ପରିଦର୍ଶକ ମିଳିତ ମହାସଂଘ। ଏନେଇ ମଙ୍ଗଳବାର ସଂଘର ଏକାଧିକ କର୍ମୀ ସିଡିଏମଓ ବିଶ୍ୱରଞ୍ଜନ ପତିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।
ଏଥିରେ ଉଲ୍ଲେଖ ରହିଛି ଯେ, ସ୍ବାସ୍ଥ୍ୟକର୍ମୀଙ୍କ କ୍ୟାଡର ପୁନର୍ଗଠନ ଓ ପଦବୀ ପରିବର୍ତ୍ତନ ନେଇ ସରକାରଙ୍କ ନିକଟରେ ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି ପଦକ୍ଷେପ ନିଆଯାଉନାହିଁ। ଏହି ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ରାଜ୍ୟରେ କାର୍ଯ୍ୟରତ ୧୫ହଜାର ସ୍ବାସ୍ଥ୍ୟକର୍ମୀ କରୋନା ଟିକା ନେବେ ନାହିଁ ବୋଲି ଦର୍ଶାଇଛନ୍ତି। ଏଥିରୁ ଖୋର୍ଦ୍ଧା ଜିଲାରେ ୬୫୦ ସ୍ବାସ୍ଥ୍ୟକର୍ମୀ ରହିଛନ୍ତି। ସୁସ୍ଥ ଓଡ଼ିଶା ଓ କରୋନା ମୁକ୍ତ ଓଡ଼ିଶା ଆହ୍ବାନକୁ ସମ୍ମାନ ଜଣାଇ ସାସ୍ଥ୍ୟକର୍ମୀମାନେ ନିଷ୍ଠାର ସହ କାର୍ଯ୍ୟ କରିଛନ୍ତି। ରାଜ୍ୟରେ ୧୫ହଜାର ସ୍ବାସ୍ଥ୍ୟକର୍ମୀ, ଏଏନଏମ. ସ୍ବାସ୍ଥ୍ୟ ପରିଦର୍ଶକ, ସ୍ବାସ୍ଥ୍ୟ ପରିଦର୍ଶିକା ତୃଣମୂଳ ସ୍ତରରେ ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ ଦିଗରେ କାର୍ଯ୍ୟ କରି ଆସୁଛନ୍ତି। ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟଠାରୁ ଆରମ୍ଭ କରି କରୋନା ସମୟରେ ନିଷ୍ଠାର ସହ କାର୍ଯ୍ୟ କରିଛନ୍ତି। ସରକାର ଡାକ୍ତର, ଷ୍ଟାଫନର୍ସଙ୍କ ପଦବୀ ପରିବର୍ତ୍ତନ ସହ କ୍ୟାଡର ପୁନର୍ଗଠନ କରି ଚାକିରି କାଳରେ ୫ରୁ ୭ଟି ପଦୋନ୍ନତି ବ୍ୟବସ୍ଥା କରିଛନ୍ତି। ତେବେ ସ୍ବାସ୍ଥ୍ୟକର୍ମୀଙ୍କ କଥା ଉଠିବା ବେଳେ ସ୍ବାସ୍ଥ୍ୟ ବିଭାଗ ଅଣଦେଖା କରୁଛନ୍ତି। ଦୀର୍ଘ ୧୦ବର୍ଷ ଧରି ୪ଟି ସଂଘ ମିଳିତ ଭାବେ ସ୍ବାସ୍ଥ୍ୟ ବିଭାଗ ନିକଟରେ ବାରମ୍ବାର ଲିଖିତ ଦାବି ସତ୍ତ୍ୱେ ଏଥିପ୍ରତି କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଏନେଇ ମହାସଂଘର ଆବାହିକା ମମତା ନାୟକ, ଜ୍ୟୋତିର୍ମୟୀ ଚୌଧୁରୀ, ଅମିତା ସାହୁ, ଜ୍ୟୋତ୍ସ୍ନା ମହାନ୍ତି, କବିତା ବେହେରା, କବିତା ନାୟକ, ବିଷ୍ଣୁପ୍ରିୟା ପଣ୍ଡା, ହେମଲତା ଭୂୟଁା, ମେନକା ପତିଙ୍କ ସମେତ ଅନେକ ଏଏନ୍‌ଏମ୍‌, ସ୍ବାସ୍ଥ୍ୟକମୀଙ୍କ ଦସ୍ତଖତ ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଶୌଚାଳୟରେ କର୍କଟ ରୋଗୀଙ୍କ ଆତ୍ମହତ୍ୟା

କଟକ,୧୬ା୪ (କାର୍ତ୍ତିକ ସାହୁ) ଆଚାର୍ଯ୍ୟ ହରିହରି ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନକୁ ଚିକିତ୍ସା ପାଇଁ ଆସିଥିବା ଜଣେ ମହିଳା କର୍କଟ ରୋଗର ଯନ୍ତ୍ରଣା ସହି ନ...

ୟୁପିଏସ୍‌ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି)ରେ ୨୪...

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ...

ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ...

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ...

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ...

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri