ଖବର ପ୍ରସାରଣ ପରେ ନୂଆକୋଠାରେ ଆରମ୍ଭ ହେଲା ରୋଗୀସେବା

ଗଞ୍ଜାମ,୧୫ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହର ମଧ୍ୟରେ ଥିବା ସ୍ବାସ୍ଥ୍ୟକେନ୍ଦ୍ର ନୂତନ କୋଠାରେ ରୋଗୀ ସେବା ଆରମ୍ଭ ହୋଇଛି l ପୂର୍ବରୁ ‘ମେଡିକାଲର ପୁରୁଣା ଭଙ୍ଗା କୋଠାରେ ଚାଲିଛି ରୋଗୀ ସେବା’ ଶୀର୍ଷକ ଏକ ଖବର ‘ଧରିତ୍ରୀ’ରେ ପ୍ରସାରଣ ପରେ ଯୁଦ୍ଧକାଳୀନ ଭିତ୍ତିରେ ନୂତନ କୋଠାରେ ସେବା ଆରମ୍ଭ ହୋଇଛି। ପ୍ରଥମେ ଏହାର ଶୁଭାରମ୍ଭ ବେଳେ ଏନ୍‌ଏସି ଅଧ୍ୟକ୍ଷା ପ୍ରତିଭା ପାଢ଼ୀ, ଜେଡ୍‌ପି ତଥା ଆରକେଏସ୍‌ ଚେୟାରମ୍ୟାନ ସନାତନ ବେହେରା, ଆୟୁଷ ଡାକ୍ତର ବନୋଜକାନ୍ତ କର ପ୍ରମୁଖ ଉପସ୍ଥିତ ଥିଲେ। ନୂତନ କୋଠାରେ ପ୍ରଥମ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ମେଡିକାଲ ଅଫିସର ସୌମ୍ୟକାନ୍ତ ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ସମିତି ଜରିଆରେ ଆସୁଥିବା ଟଙ୍କା ମେଡିକାଲ ଉନ୍ନୟନ କାର୍ଯ୍ୟରେ ଖର୍ଚ୍ଚ କରିବା ଲାଗି ଆଲୋଚନା ହୋଇଥିଲା। ଫାର୍ମାସିଷ୍ଟ ଶ୍ରୀମୟ ରଥ, ସଂଯୁକ୍ତା ରାଣୀ ଜେନା, ଚନ୍ଦନ କୁମାର ମଲିକ, ରଶ୍ମିତା ପାଣିଗ୍ରାହୀଙ୍କ ସମେତ ଅନ୍ୟାନ୍ୟ ମେଡିକାଲ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri