ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ ପହଞ୍ଚି ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରୁଛନ୍ତି।

ଏହି ସ୍ୱାସ୍ଥ୍ୟ ଯାଞ୍ଚ ପ୍ରକ୍ରିୟାରେ ଓଡ଼ିଶା କୃଷି ଓ ପ୍ରଯୁକ୍ତି ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ବିଶେଷଜ୍ଞଙ୍କ ସହ କେନ୍ଦ୍ରୀୟ ବନ୍ୟପ୍ରାଣୀ ବିଶେଷଜ୍ଞମାନେ ମଧ୍ୟ ସାମିଲ ହୋଇଛନ୍ତି। ଓରାଙ୍ଗଉଟାନମାନଙ୍କ ସାମଗ୍ରିକ ସ୍ୱାସ୍ଥ୍ୟ ଓ ଗତିବିଧି ଉପରେ ବିଶେଷଜ୍ଞ ଟିମ୍‌ ନଜର ରଖିଛନ୍ତି।

ପରୀକ୍ଷା ସମୟରେ ଓରାଙ୍ଗଉଟାନମାନଙ୍କ ମଳ ଓ ମୂତ୍ର ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯିବ। ଏଥିସହ ସେମାନଙ୍କ ଖାଦ୍ୟଗ୍ରହଣ, ଚଳପ୍ରଚଳ, ଆଚରଣ ଓ ଅନ୍ୟାନ୍ୟ ଗତିବିଧିକୁ ମଧ୍ୟ ବିଶେଷଜ୍ଞମାନେ ପରଖିବେ। ଏହା ମାଧ୍ୟମରେ ଓରାଙ୍ଗଉଟାନମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ସ୍ପଷ୍ଟ ତଥ୍ୟ ମିଳିପାରିବ।

ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ମଧ୍ୟ ଓରାଙ୍ଗଉଟାନମାନଙ୍କ ଯତ୍ନ ଓ ଆବଶ୍ୟକ ଚିକିତ୍ସା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଉଛି। ବିଶେଷଜ୍ଞଙ୍କ ଯାଞ୍ଚ ଓ ପରୀକ୍ଷା ରିପୋର୍ଟ ଆଧାରରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?