୮ ଦିନରେ ୩୭୧୩୨୨ ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ

ବ୍ରହ୍ମପୁର ଅଫିସ,୫ା୭- ବ୍ରହ୍ମପୁରରେ କରୋନା ସ୍ଥିତି ସଙ୍ଗିନ ହେଉଛି। ଏହାକୁ ପ୍ରତିହତ କରିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଆରମ୍ଭ ହୋଇଥିବା ମିଶନ ଜିରୋ କୋଭିଡ୍‌-୧୯ ଅଭିଯାନ ଶେଷ ହୋଇଛି। ଜୁନ ୨୭ ରୁ ଆରମ୍ଭ ହୋଇଥିବା ଏହି ସ୍ବତନ୍ତ୍ର ଅଭିଯାନରେ ସହରର ବିଭିନ୍ନ ଅଞ୍ଚଳର ୩ ଲକ୍ଷ ୭୧ ହଜାର ୩୨୨ ଜଣଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଥିବା ଶନିବାର ବିଏମ୍‌ସି ପକ୍ଷରୁ ଟୁଇଟ୍‌ ଦ୍ୱାରା ସୂଚନା ଦିଆଯାଇଛି। ୮ ଦିନ ଧରି ଚାଲିଥିବା ଏହି ଅଭିଯାନରେ ସ୍ବାସ୍ଥ୍ୟ ଯାଞ୍ଚ ବେଳେ ୨୧୭ ଜଣଙ୍କଠାରେ କରୋନା ଲକ୍ଷଣ ଥିବା ଜଣାପଡିଥିଲା। ସେମାନଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୬୫ ଜଣଙ୍କ ରିପୋର୍ଟ ପଜିଟିଭ ଥିବା ବିଏମ୍‌ସି ପକ୍ଷରୁ ଟୁଇଟ୍‌ରେ ସୂଚାଯାଇଛି। ସୂଚନାଯୋଗ୍ୟ, ବ୍ରହ୍ମପୁରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି କୋଭିଡ୍‌-୧୯ ଅଭିଯାନ ଆରମ୍ଭ ହୋଇଥିଲା। ଏଥିପାଇଁ ୭୦ ସ୍ବାସ୍ଥ୍ୟ ଟିମ୍‌କୁ ନିୟୋଜିତ କରାଯାଇଥିଲା। ପ୍ରତ୍ୟେକ ଟିମ୍‌ରେ ଜଣେ ଲେଖାଏ ଆୟୁଷ ଡାକ୍ତରଙ୍କୁ ନିୟୋଜିତ କରାଯାଇଥିଲା। ପ୍ରତ୍ୟେକ ଲୋକଙ୍କୁ ଘରକୁ ଘର ବୁଲି କରୋନା ଲକ୍ଷଣ ସମେତ ରକ୍ତଚାପ, ମଧୁମେହ, ଡେଙ୍ଗୁ, ମ୍ୟାଲେରିଆ ଓ ଡାଇରିଆ ଆଦି ଯାଞ୍ଚ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ବାଇକ୍‌ରେ କାମକୁ ଯାଉଥିଲେ ଯୁବକ, ଧକ୍କା ଦେଲା ଟ୍ରାକ୍ଟର: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?