Posted inରାଜ୍ୟ

BSKY କାର୍ଡ ଗ୍ରହଣ କରିବା ପାଇଁ ହସ୍ପିଟାଲଗୁଡ଼ିକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର, ୫।୬(ଅସମାପିକା ସାହୁ): ରାଜ୍ୟରେ ଆର୍ଥତ୍କ ଦୁର୍ବଳ ଶ୍ରେଣୀର ପରିବାରକୁ ମାଗଣାରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ନବୀନ ପଟ୍ଟନାୟକ ସରକାର ୨୦୧୮ ଅଗଷ୍ଟ ୧୫ରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) ଆରମ୍ଭ କରିଥିଲେ। ଗତ ୪ ତାରିଖ ଓଡ଼ିଶା ବିଧାନସଭା ନିର୍ବାଚନ ଫଳାଫଳରୁ ନବୀନ ସରକାରଙ୍କ ପତ୍ତନ ଘଟୁଥିବା ଜାଣି ମଧ୍ୟାହ୍ନରୁ ହିଁ ରାଜ୍ୟର ବିଭିନ୍ନ ଘରୋଇ ଚିକିତ୍ସାଳୟ ବିଏସ୍‌କେୱାଇ ଯୋଜନାରେ ନୂଆ ରୋଗୀଙ୍କୁ ଭର୍ତ୍ତି କରୁ ନ ଥିବାବେଳେ ପୂର୍ବରୁ ଚିକିତ୍ସିତ ରୋଗୀଙ୍କୁ ଫେରାଇ ଦେଉଥିବା ଅଭିଯୋଗ ଆସିଛି।

ଏପରିକି ଡାଏଲିସିସ୍‌, କେମୋ ପାଇଁ ଯାଇଥିବା ରୋଗୀଙ୍କୁ ମଧ୍ୟ ଫେରାଇ ଦିଆଯାଉଥିବା ଶୁଣିବାକୁ ମିଳିଛି। ରାଜ୍ୟରେ ନୂଆ ସରକାର ଆସିବ। ତେଣୁ ଏହି କାର୍ଡ ଏବେ କାର୍ଯ୍ୟକାରୀ ହୋଇପାରିବ ନାହିଁ ବୋଲି ହସ୍ପିଟାଲ ପକ୍ଷରୁ କୁହାଯାଉଛି। ବୁଧବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଥିଲେ, ରାଜ୍ୟରେ ଭାଜପା ସରକାର ଶପଥ ନେବା ପରେ ଆମେ ଯାହା ପୂର୍ବରୁ କହିଥିଲୁ ତାହା କରିବୁ। ଓଡ଼ିଶାରେ ଆୟୂଷ୍ମାନ ଯୋଜନା ଲାଗୁ ହେବ।

ମନମୋହନଙ୍କ ଏହି ମନ୍ତବ୍ୟ ପରେ ବିଏସ୍‌କେୱାଇ କାର୍ଡ ଅଚଳ ପ୍ରସଙ୍ଗ ଅଧିକ ଜଟିଳ ହୋଇ ଭାଇରାଲ ହୋଇଥିଲା। ଏହାପରେ ପୁଣି ସାମଲ ସ୍ପଷ୍ଟୀକରଣ ରଖିଥିଲେ। ସେ କାଇଥିଲେ ରୋଗୀ ଓ ରୋଗର କୌଣସି ଜାତି, ଧର୍ମ ଓ ଦଳ ନାହିଁ। ସାଧାରଣ ନାଗରିକଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପ୍ରତ୍ୟେକ ସରକାରର ପ୍ରାଥମିକତା। ସରକାର ପରିବର୍ତ୍ତନ ଏକ ନିରନ୍ତର ପ୍ରକ୍ରିୟା। ଏହି ଆଳରେ ଲୋକଙ୍କ ମନରେ ଦ୍ୱନ୍ଦ୍ୱ ସୃଷ୍ଟି କରାଯାଇ ଚିକିତ୍ସା ସେବାରୁ ବଞ୍ଚିତ ରଖାଯିବା ଏକ ସାମାଜିକ ଏବଂ ବୈଧାନିକ ଅପରାଧ। ଏଭଳି ସାମାଜିକ ଅପରାଧରୁ କ୍ଷାନ୍ତ ରହି ରୋଗୀମାନଙ୍କୁ ଉପଯୁକ୍ତ ଏବଂ ଉନ୍ନତମାନର ସେବା ଓଡ଼ିଶାବାସୀଙ୍କୁ ଯୋଗାଇ ଦେବା ଉଚିତ।

ଏହାରି ମଧ୍ୟରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହାକୁ ଅସ୍ବୀକାର କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ବିଏସ୍‌କେୱାଇ କାର୍ଡ ଏବେ ବି ପୂର୍ବଭଳି କାର୍ଯ୍ୟ କରୁଛି। ତାକୁ ବନ୍ଦ କରିବା ପାଇଁ କୌଣସି ନୋଟିଫିକେସନ ହୋଇନାହିଁ। କାର୍ଡଧାରୀ ରୋଗୀଙ୍କୁ ଫେରାଇ ଦିଆଯାଉଥିବା ଭଳି ଅଭିଯୋଗ ଆସିବା ପରେ ଏପରି ନ କରିବା ପାଇଁ ଆମେ ନିର୍ଦ୍ଦେଶ ଦେଇଛୁ। ଯେପର୍ଯ୍ୟନ୍ତ ସରକାରଙ୍କ ପକ୍ଷରୁ କୌଣସି ନୋଟିସ ଯାଇନାହିଁ ସେ ପର୍ଯ୍ୟନ୍ତ ବିଏସ୍‌କେୱାଇ କାର୍ଡକୁ ଗ୍ରହଣ କରିବା ପାଇଁ ଉକ୍ତ ହସ୍ପିଟାଲଗୁଡ଼ିକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?