ସ୍ବାସ୍ଥ୍ୟ ବିଭାଗର କଡ଼ା ନିର୍ଦ୍ଦେଶ: ବଳାତ୍କାର ପୀଡିତାଙ୍କ ତୁରନ୍ତ ସ୍ବାସ୍ଥ୍ୟ ଯାଞ୍ଚ୍‌ କର

ଭୁବନେଶ୍ୱର, ୨।୭(ଅସମାପିକା ସାହୁ):ଦେଶରେ ଲାଗୁ ହୋଇଥିବା ଭାରତୀୟ ନାଗରିକ ସୁରକ୍ଷା ସଂହିତା (ବିଏନ୍‌ଏସ୍‌ଏସ୍‌)ର ୧୮୪ ଧାରା ଅନୁସାରେ ବଳାତ୍କାର କିମ୍ବା ବଳାତ୍କାର ଉଦ୍ୟମର ଶିକାର ହୋଇଥିବା ମହିଳାଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବଳାତ୍କାର ହୋଇଥିବା କିମ୍ବା ବଳାତ୍କାର ଉଦ୍ୟମ ହୋଇଥିବା କୌଣସି ମହିଳାଙ୍କୁ ପୋଲିସ କୌଣସି ସରକାରୀ କିମ୍ବା ଘରୋଇ ହସ୍ପିଟାଲ ଡାକ୍ତରଙ୍କ ପାଖକୁ ଆଣିଲେ ତୁରନ୍ତ ତାଙ୍କର ସ୍ବାସ୍ଥ୍ୟ ଯାଞ୍ଚ କରାଯିବ। ଏଥିସହ ଚିକିତ୍ସା ପୂର୍ବରୁ ପୀଡ଼ିତା କିମ୍ବା ତାଙ୍କର ନିକଟ ସମ୍ପର୍କୀୟଙ୍କ ଠାରୁ ଅନୁମତି ଲୋଡ଼ାଯିବାର ଆବଶ୍ୟକତା ରହିଛି। ଯଦି ସ୍ବାସ୍ଥ୍ୟ ଯାଞ୍ଚରେ ବିଳମ୍ବ ହୁଏ, ତେବେ ତାହାର କାରଣ ରେଜିଷ୍ଟର ଏବଂ ଯାଞ୍ଚ ରିପୋର୍ଟରେ ଉଲ୍ଲେଖ କରିବା ପାଇଁ କୁହାଯାଇଛି। ରିପୋର୍ଟରେ ସ୍ବାସ୍ଥ୍ୟ ଯାଞ୍ଚର ଠିକ୍‌ ସମୟ ଲେଖିବା ପାଇଁ ମଧ୍ୟ କୁହାଯାଇଛି। ପୀଡ଼ିତା ମହିଳାଙ୍କ ସ୍ବାସ୍ଥ୍ୟ ଯାଞ୍ଚ ହେବାର ୭ଦିନ ମଧ୍ୟରେ ତଦନ୍ତ ଅଧିକାରୀଙ୍କ ନିକଟରେ ଦାଖଲ କରିବେ। ଯଦି ପୀଡ଼ିତାଙ୍କ ବୟସ ୧୨ବର୍ଷରୁ କମ୍‌ ହୋଇଥିବ, ତେବେ ଚିକିତ୍ସା ପାଇଁ ତାଙ୍କ ମାତାପିତା ବା ଅଭିଭାବକଙ୍କ ଅନୁମତି ନେବାର ଆବଶ୍ୟକତା ରହିଛି। ସମସ୍ତ ସରକାରୀ, ବେସରକାରୀ ଡାକ୍ତର ଏବଂ ପଞ୍ଜୀକୃତ ଚିକିତ୍ସାଧିକାରୀମାନେ ଏହାକୁ ପାଳନ କରିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri