ରୁବେଲା ଆତଙ୍କ: ଗର୍ଭବତୀଙ୍କୁ ସତର୍କ କରାଇଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୦।୫ (ବନ୍ଦନା ସେଠୀ): ଓଡ଼ିଶାର ୨ ଶିଶୁ ରୁବେଲା ଭାଇରସ୍‌ରେ ଆକ୍ରାନ୍ତ ହେବା ପରେ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି। ଏପରିସ୍ଥିତିରେ ସ୍ବାସ୍ଥ୍ୟ ବିଭାଗ ଏହାକୁ ନେଇ ସତର୍କ କରିଛି। ବିଶେଷକରି ଗର୍ଭବତୀମାନେ ଅଧିକ ସତର୍କ ରହିବାକୁ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର ପରାମର୍ଶ ଦେଇଛନ୍ତି। ଗର୍ଭବତୀ ମହିଳାଙ୍କଠାରେ ରୁବେଲା ହେଲେ ସେମାନଙ୍କ ସନ୍ତାନଙ୍କ କ୍ଷେତ୍ରରେ ଜନ୍ମରୁ ଏହି ଭାଇରସ ଦେଖାଦେଇଥାଏ। ଶରୀର କୁଣ୍ଡେଇ ହୋଇ ନାଲିଦାଗ ଫଳିଲେ କିମ୍ବା ଜ୍ୱର ହେଲେ ଗର୍ଭବତୀ ମହିଳାମାନେ ତୁରନ୍ତ ଟେଷ୍ଟିଂ କରିବା ଆବଶ୍ୟକ ବୋଲି ସେ କହିଛନ୍ତି। ତେବେ ରୋଗକୁ ନେଇ କେହି ଭୟଭୀତ କି ଆତଙ୍କିତ ହେବାର ଆବଶ୍ୟକତା ନ ଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଆର୍‌ଆର୍‌ଟି ଟିମ୍‌ ସର୍ଭେଲାନ୍ସ କରୁଛି। ଇମ୍ୟୁନାଇଜେଶନକୁ ଗୁରୁତ୍ୱ ଦିଆଯାଉଛି। ବିଶେଷକରି ୧ବର୍ଷ, ୬ ବର୍ଷ ଓ ୮ ବର୍ଷ ପିଲାଙ୍କ ଭିତରେ ଏହି ଭାଇରସ୍‌ ବଢ଼ୁଥିବା ଦେଖାଯାଉଥିବାରୁ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ବେଶି ଗୁରୁତ୍ୱ ଦିଆଯାଉଛି। ତେବେ ଆଉ ଅଧିକ ନୂଆ ମାମଲା ଆସିନାହିଁ। ଏଯାଏ ମୋଟ୍‌ ୧୮ ନମୁନାରୁ ୨ଟି ରୁବେଲା ପଜିଟିଭ ଓ ଜଣେ ମିଳିମିଳା ପଜିଟିଭ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ସ୍ପଷ୍ଟ କରିଛନ୍ତି। ଅପରପକ୍ଷେ ନବରଙ୍ଗପୁରର ତେନ୍ତୁଳିଖୁଣ୍ଟି ଓ ନନ୍ଦାହାଣ୍ଡି ବ୍ଲକରେ ୧୮ ରୋଗୀଙ୍କ ଦେହରେ ଜ୍ୱର ଓ ରାସେସ୍‌ ଲକ୍ଷଣ ଥିଲା। ମାତ୍ର ଏବେ ସମସ୍ତଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ରହିଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri