ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ: ପ୍ରଶ୍ନ ଉଠାଇଲେ ସ୍ବାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞ ପ୍ରଶ୍ନ ଉଠାଇଲେଣି। ବରିଷ୍ଠ ଡାକ୍ତର ତଥା ଏସ୍‌ସିବି ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସିଦ୍ଧାର୍ଥ ଦାସ କହିଛନ୍ତି, ରୋଗ ଚିହ୍ନଟ ନ କରି ଫାର୍ମାସିଷ୍ଟମାନେ କେମିତି ଔଷଧ ଦେବେ। ଡାକ୍ତରୀ ପାଠ ଓ ଫାର୍ମାସିଷ୍ଟ ପାଠ ଭିତରେ ପ୍ରଭେଦ ରହିଛି। କୋଭିଡ୍‌ ସଂକ୍ରମଣ ଭିତରେ ଜ୍ୱର ହେଲେ ସମସ୍ତଙ୍କୁ ପାରାସିଟାମଲ ଦେବା ଠିକ୍‌ ନୁହେଁ। ସେହିପରି ଆଣ୍ଟିବାୟୋଟିକ୍‌ ଦେବା ଆଦୌ ଠିକ୍‌ ନୁହେଁ। କିଛି ନିର୍ଦ୍ଦିଷ୍ଟ ଚର୍ମରୋଗ ପାଇଁ ଫାର୍ମାସିଷ୍ଟମାନେ ଔଷଧ ଦେଇପାରିବେ। ଫାର୍ମାସିଷ୍ଟମାନେ ଗୋଟିଏ ଔଷଧରେ କ’ଣ ଉପାଦାନ କେତେ ପରିମାଣରେ ଥାଏ ସେ ବାବଦରେ ପାଠ ପଢ଼ିଥାନ୍ତି। କିନ୍ତୁ ଫାର୍ମାସିଷ୍ଟଙ୍କ ପାଠ୍ୟକ୍ରମରେ ରୋଗ ଚିହ୍ନଟ ପାଇଁ କୌଣସି ବିଷୟବସ୍ତୁ ନ ଥାଏ। ତେଣୁ ଆଣ୍ଟିବାୟୋଟିକ ବାବଦରେ ଫାର୍ମାସିଷ୍ଟଙ୍କର ସେଭଳି କୌଣସି ଜ୍ଞାନ ନ ଥାଏ। ଏହାଛଡ଼ା ଆଣ୍ଟିବାୟୋଟିକ ଯିଏ କେହି ବି ମନଇଚ୍ଛା ଦେଇପାରିବେ ନାହିଁ ବୋଲି ଡା. ଦାସ ମତ ପ୍ରକାଶ କରିଛନ୍ତି।
ଅନ୍ୟପକ୍ଷରେ ଫାର୍ମାସିଷ୍ଟମାନେ ଔଷଧ ଦେବା ପ୍ରସଙ୍ଗରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବହୁ ପୂର୍ବରୁ ପଞ୍ଚବ୍ୟାଧି ଚିକିତ୍ସା ସଂକ୍ରାନ୍ତରେ ଫାର୍ମାସିଷ୍ଟମାନଙ୍କୁ ଟ୍ରେନିଂ ଦିଆଯାଇଥିଲା। ଯେଉଁଠି ଡାକ୍ତର ନ ଥିଲେ, ସେଠାରେ ଔଷଧ ସୁପାରିଶ କରିବା ପାଇଁ ଫାର୍ମାସିଷ୍ଟଙ୍କୁ କୁହାଯାଉଥିଲା। ସେତେବେଳେ ଗୋଟିଏ ରୋଗ ପାଇଁ ଦୁଇଟି ଔଷଧ ଥିଲା, ଏବେ ତିନୋଟି ଔଷଧ ଆସିଛି। ଡ୍ରଗ କଣ୍ଟ୍ରୋଲରଙ୍କ ପରାମର୍ଶ ନେଇ ଏହି ସଂଖ୍ୟା ବଢ଼ାଯାଇଛି ବୋଲି ଡା. ମହାପାତ୍ର ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଏଣିକି ଡାକ୍ତରଙ୍କ ଅନୁପସ୍ଥିତିରେ ଫାର୍ମାସିଷ୍ଟ ରୋଗୀ ଦେଖିପାରିବେ ଏବଂ ଔଷଧ ଦେଇପାରିବେ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ଯେଉଁ ହସ୍ପିଟାଲରେ ଡାକ୍ତର ନାହାନ୍ତି, ସେଠାରେ ବୁଝାଶୁଝା କରୁଥିବା ଫାର୍ମାସିଷ୍ଟ ରୋଗୀଙ୍କ ଚିକିତ୍ସା କରିପାରିବେ। ଏଥିପାଇଁ ସରକାର ବିଧିବଦ୍ଧ ଅନୁମତି ଦେଇଛନ୍ତି। ଏଥିପାଇଁ ସେମାନେ କେଉଁ ରୋଗ ପାଇଁ କେଉଁ ଔଷଧ ଦେବେ ସେ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତାଲିକା ପ୍ରସ୍ତୁତ କରି ନିର୍ଦ୍ଦେଶନାମା ଜାରି କରାଯାଇଛି। ଫାର୍ମାସିଷ୍ଟମାନେ ଲକ୍ଷଣଯୁକ୍ତ ଜ୍ୱର ପାଇଁ ପାରାସିଟାମଲ, ଆଜିଥ୍ରୋମାଇସିନ୍‌, ସେଫିକ୍ୱଜାଇମ୍‌, ଆମୋକ୍ସିସିଲିନ୍‌ ମେଡିସିନ୍‌ ଦେଇପାରିବେ। ସେହିପରି ମ୍ୟାଲେରିଆ, ଚର୍ମ ରୋଗ, ଝାଡ଼ାବାନ୍ତି ଓ ଅନ୍ୟରୋଗ ପାଇଁ ମଧ୍ୟ ଔଷଧ ତାଲିକା ଜାରି ହୋଇଛି। ଏହି ତାଲିକା ଅନୁସାରେ ଫାର୍ମାସିଷ୍ଟମାନେ ରୋଗୀଙ୍କୁ ଔଷଧ ଦେଇପାରିବେ ବୋଲି ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?