ସରକାରୀ କର୍ମଚାରୀଙ୍କ ପାଇଁ ସ୍ବାସ୍ଥ୍ୟବୀମା ଲାଗୁ ଦାବି

ଭୁବନେଶ୍ୱର,୨୪।୩(ବନ୍ଦନା ସେଠୀ): ରାଜ୍ୟ ସରକାର ଓଡ଼ିଶାରେ ଆୟୁଷ୍ମାନ୍‌ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ଲାଗୁ କରିବାକୁ ଯାଉଛନ୍ତି। ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଓ ସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଇପାରିବେ। ମାତ୍ର ରାଜ୍ୟରେ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ହଜାର ହଜାର ସରକାରୀ କର୍ମଚାରୀ ଏହି ଯୋଜନାରୁ ବାଦ୍‌ ପଡ଼ୁଛନ୍ତି। ଏନେଇ ମିଳିତ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରିବା ସହ ଆନ୍ଦୋଳନ ନିଷ୍ପତ୍ତି ନେଇଛି। ରବିବାର ମହାସଂଘ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦିଆଯିବା ସହ ରାଜ୍ୟ ସରକାର ମାସେ ଭିତରେ କ୍ୟାସ୍‌ଲେସ୍‌ ହେଲ୍‌ଥକାର୍ଡ କର୍ମଚାରୀଙ୍କ କ୍ଷେତ୍ରରେ ଲାଗୁ ନ କଲେ ପଞ୍ଚାୟତଠାରୁ ଲୋକସେବା ଭବନ ପର୍ଯ୍ୟନ୍ତ ଆନ୍ଦୋଳନ କରାଯିବ ବୋଲି ସୂଚନା ଦିଆଯାଇଛି। ଏଥିସହ ଡିଜିଟାଲ୍‌ ଆନ୍ଦୋଳନ ସହ କଳାବ୍ୟାଜ୍‌ ପରିଧାନ କରି କର୍ମଚାରୀମାନେ କର୍ମ କ୍ଷେତ୍ରରେ ରାଜ୍ୟ ସରକାରଙ୍କୁ ଅସନ୍ତୋଷ ଜାହିର କରିବେ ବୋଲି କୁହାଯାଇଛି।
ମହାସଂଘ ଆବାହକ ବିଜୟ ମଲ୍ଲ କହିଛନ୍ତି, ସରକାରଙ୍କର ସବୁ ଯୋଜନାକୁ ସଫଳ ରୂପାୟନ କରୁଥିବା ଓ ବିକଶିତ ଓଡ଼ିଶାକୁ ଆଗକୁ ନେଉଥିବା ଅସହାୟ କର୍ମଚାରୀଙ୍କ ପାଇଁ ଏହି ସଫଳ ଯୋଜନା ଲାଗୁ କରାଯାଉ। ଏନେଇ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କୁ ଓଡ଼ିଶାର ୫ଲକ୍ଷ ସରକାରୀ କର୍ମଚାରୀ ଓ ସାଢେ ୩ଲକ୍ଷ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଏବଂ ସେମାନଙ୍କ ପରିବାର ପକ୍ଷରୁ ଅନୁରୋଧ କରାଯାଇଛି। ହେଲେ ଏଯାଏ ସରକାର ଏଯାବତ୍‌ କୌଣସି ନିଷ୍ପତ୍ତି ନେଇ ନାହାନ୍ତି। ବିଭିନ୍ନ ରାଜ୍ୟ ଓ ରାଷ୍ଟ୍ରୀୟ ଉଦ୍ୟୋଗରେ କର୍ମଚାରୀମାନଙ୍କୁ ସ୍ବାସ୍ଥ୍ୟବୀମା ଯୋଗାଇ ଦିଆଯାଉ ଥିବାବେଳେ ଓଡ଼ିଶାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି। ସମ୍ମିଳନୀରେ ପ୍ରଭାତ ମହାନ୍ତି, ଅଶ୍ୱିନୀ ଦାସ, ପ୍ରଦୀପ ପ୍ରଧାନ, ସୁଧାଂଶୁ ପାତ୍ର, ରଶ୍ମିରଂଜନ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri