ସୁସ୍ଥତାକୁ ସର୍ବୋଚ୍ଚ ପ୍ରାଥମିକତା

ଭୁବନେଶ୍ୱର,୧।୬: ଭାରତର ସର୍ବବୃହତ୍‌ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ବିଶ୍ୱ ଋତୁସ୍ରାବ ସପ୍ତାହ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ଓ ଛତିଶଗଡ଼ ୟୁନିଟ୍‌ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷକରି କମ୍ପାନୀ ୨୩୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚତ୍ବା ସହିତ ଓଡ଼ିଶା ଏବଂ ଛତିଶଗଡ଼ରେ ଚାଲିଥିବା ଋତୁସ୍ରାବ ସ୍ବଚ୍ଛତା ସପ୍ତାହର ଏକ ଅଂଶ ଭାବେ ମହିଳାଙ୍କ ସ୍ବାସ୍ଥ୍ୟ ବିଷୟରେ ଜନସଚେତନତା ସୃଷ୍ଟି କରିଥିଲା। ଚଳିତ ବର୍ଷ ପାଇଁ ମିଳିତ ଜାତିସଂଘର ଥିମ୍‌ ସହିତ ‘୨୦୩୦ ସୁଦ୍ଧା ଋତୁସ୍ରାବକୁ ଜୀବନର ଏକ ସାଧାରଣ ସତ୍ୟ’ ଭାବେ ଗ୍ରହଣ କରିବା ସହ କମ୍ପାନୀ ଗ୍ରାମୀଣ ମହିଳାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆଣିବା ପାଇଁ ଏକ ସାନିଟାରି ନାପକିନ୍‌ ଉତ୍ପାଦନ ୟୁନିଟ୍‌ ପ୍ରତିଷ୍ଠା କରିଛି।
ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ୍‌ର ସିଇଓ (ଆଲୁମିନିୟମ୍‌ ବ୍ୟବସାୟ) ରାହୁଲ ଶର୍ମା କହିଛନ୍ତି, ଆମେ ଆମର ମହିଳା କର୍ମଚାରୀଙ୍କ ସ୍ବାସ୍ଥ୍ୟ ଏବଂ ସୁସ୍ଥତାକୁ ସର୍ବୋଚ୍ଚ ପ୍ରାଥମିକତା ଭାବେ ବିବେଚନା କରିଥାଉ। ଏପରିକି ଆମର ସ୍ଥାନୀୟ ସମ୍ପ୍ରଦାୟର ମହିଳାମାନଙ୍କର କଲ୍ୟାଣ ବୃଦ୍ଧି ଉପରେ ମଧ୍ୟ କମ୍ପାନୀ ଅନେକ ପଦକ୍ଷେପ ଗ୍ରହଣ କରିଛି। ସେହିଭଳି କାରଖାନା ନିକଟବର୍ତ୍ତୀ ଗ୍ରାମାଞ୍ଚଳ ପିଲାମାନଙ୍କର ପ୍ରାଥମିକ ଯତ୍ନକାରୀ ଭାବେ କମ୍ପାନୀ ସମଗ୍ର ସମ୍ପ୍ରଦାୟର ସାମଗ୍ରିକତାକୁ ସୁନିଶ୍ଚିତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହାତକୁ ନେଇଛି। ବିଶେଷକରି ସ୍ବାସ୍ଥ୍ୟସେବା ଇକୋସିଷ୍ଟମକୁ ମଜଭୁତ କରିବା ସହ ସଚେତନତା ସୃଷ୍ଟି କରିବା ଓ ଚ୍ୟାଲେଞ୍ଜକୁ ସାମ୍‌ନା କରିବା ଏବଂ ଆବଶ୍ୟକ ଉତ୍ସ ଯୋଗାଇବା ତଥା ଗ୍ରାମାଞ୍ଚଳର ସାମାଜିକ-ଅର୍ଥନୈତିକ ପରିବର୍ତ୍ତନକୁ ସକ୍ଷମ କରିବା ଲାଗି କମ୍ପାନୀ ପ୍ରତିଶ୍ରୁତିବଦ୍ଧ ରହିଛି। ଅପରପକ୍ଷରେ ବିଶ୍ୱର ବୃହତମ ଏକକ ଆଲୁମିନିୟମ୍‌ ପ୍ଲାଣ୍ଟ ମଧ୍ୟରୁ ବେଦାନ୍ତ ଝାରସୁଗୁଡ଼ା ଅନ୍ୟତମ ହୋଇଥିବା ବେଳେ କମ୍ପାନୀ ନିକଟବର୍ତ୍ତୀ ଟାଉନଶିପ୍‌ରେ ମହିଳାଙ୍କ ସ୍ବାସ୍ଥ୍ୟ ଏବଂ ସ୍ବଚ୍ଛତା ଉପରେ ଅନେକ କାର୍ଯ୍ୟକ୍ରମର ଆୟୋଜନ କରିଥିଲା। ଏପରିକି କମ୍ପାନୀ ‘ସୌକ୍ଷମ୍‌’ପଦକ୍ଷେପ ଆରମ୍ଭ କରିବା ପାଇଁ ଭୁବନେଶ୍ୱରର କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ୍‌ ଟେକ୍ନୋଲୋଜି (କିଟ୍‌) ସହିତ ମଧ୍ୟ ଏକ ସହଭାଗିତା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri