ସ୍ବାସ୍ଥ୍ୟ ପାଇଁ ବିପଦ ସାଜିଛି ସାର-ଔଷଧ, ଜୈବିକ ସାର ପ୍ରୟୋଗ କରି…

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କଲ୍ୟାଣ ମଣ୍ଡପରେ ବୁଧବାର ଅନନ୍ୟା ଜୈବିକ ପନିପରିବା ଓ ବିହନ ମେଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଳାକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଆମ ଦେଶ ବିଜ୍ଞାନ ଓ ଅର୍ଥନୀତି କ୍ଷେତ୍ରରେ ବହୁ ଆଗକୁ ଯାଇଛି। କୃଷି ଉତ୍ପାଦନ ମଧ୍ୟ ବଢ଼ିଛି। କିନ୍ତୁ କୃଷି କ୍ଷେତ୍ରରେ ବିଭିନ୍ନ ପ୍ରକାର ଔଷଧ, ସାର ପ୍ରୟୋଗ ବୃଦ୍ଧି ଯୋଗୁ ତାହା ସ୍ବାସ୍ଥ୍ୟ ପାଇଁ ବିପଦ ହେଉଛି। ତେଣୁ ଜୈବିକ ସାର ମାଧ୍ୟମରେ ପାରମ୍ପରିକ କୃଷି ଯଥା ମାଣ୍ଡିଆ, ଧାନ, ମୁଗ , ବିରି, ସମେତ ବିଭିନ୍ନ ପନିପରିବା ଚାଷ କରିବା ଆବଶ୍ୟକତା ରହିଛି। ତାହାହେଲେ ଯାଇ ଆମେ ସମସ୍ତେ ସୁସ୍ଥ ରହିବା। ତେଣୁ ଏଥିପ୍ରତି ସମସ୍ତେ ଧ୍ୟାନ ଦେବାକୁ ବିଧାୟକ ଉପସ୍ଥିତ ମହିଳା ଚାଷୀମାନଙ୍କୁ ଆହ୍ବାନ କରିଥିଲେ।

ଆଇନା ଏବଂ ସମ୍ଭବର ମିଳିତ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆଇନା ସମ୍ପାଦିକା ସ୍ନେହା ମିଶ୍ର ଅଧ୍ୟକ୍ଷତା କରିଥିଲେ। ଭଞ୍ଜନଗର ବିଡିଓ ଭାରତୀ ଦେବୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ଜୈବିକ ଚାଷ ପାଇଁ ସରକାର ଅନେକ ପ୍ରୋତ୍ସାହନ ଯୋଗାଇ ଦେଉଛନ୍ତି ବୋଲି କହିଥିଲେ। ଏଥିସହ ମହିଳା ଚାଷୀଙ୍କୁ ଅଧିକ ସୁବିଧା ସରକାର ଯୋଗାଇ ଦେଉଛନ୍ତି ବୋଲି ବିଡିଓ କହିଥିଲେ। ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ବୈଜ୍ଞାନିକ ଡ. ସୁତନୁ କୁମାର ଶତପଥୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବୈଜ୍ଞାନିକ ପଦ୍ଧତିରେ ଜୈବିକ ଚାଷ କଲେ କୃଷି ଉତ୍ପାଦନ ବଢ଼ିବା ସହ ଚାଷୀମାନେ ଆର୍ଥିକ କ୍ଷେତ୍ରରେ ମଧ୍ୟ ଉନ୍ନତି କରିବେ ବୋଲି କହିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ସମ୍ଭବ ସମ୍ପାଦିକା ପଦ୍ମଶ୍ରୀ ସାବରମତୀ, ସମାଜସେବୀ ଶୁଳପାଣି ଶତପଥୀ, ଗୋଲାପଡ଼ା ସରପଞ୍ଚ ସୁକାନ୍ତ କୁମାର ମଲ୍ଲିକ, ବେହେରା ମାଧବ, ସଂଗ୍ରାମ କୁମାର ସେନାପତି, ସରପଞ୍ଚ କେ.କେ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ଅଧରାତିରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ବାବୁଲାଙ୍କ ଜୀବନ

ବୀରମହାରାଜପୁର,୯।୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୁମରକେଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri