ଫୋନ୍‌କରି ଡାକ୍ତରଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲେ ସ୍ବାସ୍ଥ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୨ା୨(ଗିରିଧାରୀ ପରିଛା):ଡାକ୍ତରଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବା ଓ ନିଜ ଦେହରେ ସାଲାଇନ ଲାଗିଥିବା ସମୟରେ ସେ ନିଜ କର୍ତ୍ତବ୍ୟରେ ଅବହେଳା ନ କରି ରୋଗୀ ଚିକିତ୍ସା କରୁଛନ୍ତି। କାର୍ଯ୍ୟ ପ୍ରତି ତାଙ୍କର ନିଷ୍ଠା ଓ ଆନ୍ତରିକତା ପାଇଁ ସେ ସମସ୍ତଙ୍କ ହୃଦୟ ଜିତିଛନ୍ତି। ଗଜପତି ଜିଲାରେ କାର୍ଯ୍ୟ କରୁଥିବା ଏପରି ଜଣେ ଡାକ୍ତର ହେଉଛନ୍ତି ଭାରପ୍ରାପ୍ତ ଡାକ୍ତର ବ୍ରଜରାଜ କର। ଆର୍‌.ଉଦୟଗିରି ବ୍ଲକ ରାମଗିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର କର ଜଣେ ମାତ୍ର ଡାକ୍ତର ଥିବାରୁ ନିଜ ସ୍ବାସ୍ଥ୍ୟ ଖରାପ ଥିଲେ ସୁଦ୍ଧା ସେ ଛୁଟି ନେଇପାରି ନ ଥିଲେ। ଓପିଡିରେ ରୋଗୀ ଅପେକ୍ଷା କରିଥିବା ଦେଖି ନିଜ ଶରୀରରେ ସାଲାଇନ ଲାଗିଥିବା ଅବସ୍ଥାରେ ଆସି ସେ ରୋଗୀସେବା କରିଥିଲେ। ଗଳା ସଂକ୍ରମଣଜନିତ ଗୁରୁତର ଅସୁସ୍ଥତା ଯୋଗୁ ଗତ ୪ ଦିନ ହେଲା ଡାକ୍ତର କର କ୍ୱାର୍ଟର୍ସରେ ରହି ଚିକିତ୍ସିତ ହେଉଛନ୍ତି। ପ୍ରତ୍ୟହ ଏହି ଚିକିତ୍ସାଳୟକୁ ଶତାଧିକ ରୋଗୀ ଆସି ଓପିଡିରେ ଲାଇନରେ ଅପେକ୍ଷା କରିଥାନ୍ତି। ରୋଗୀଙ୍କୁ ଦେଖି ଡାକ୍ତର କର କାହାକୁ ନିରାଶ ନ କରି ନିଜ ଦେହରେ ସାଲାଇନ ଲାଗିଥିବା ଅବସ୍ଥାରେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ରୋଗୀଙ୍କୁ ଚିକିତ୍ସା କରୁଛନ୍ତି। ଏହି ଭିଡିଓ ଭାଇରାଲ ହେବା ପରେ ଡାକ୍ତର କରଙ୍କ ସହ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଫୋନ ଯୋଗେ କଥା ହୋଇ ତାଙ୍କର ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଡାକ୍ତରଙ୍କ ଏଭଳି ସେବା ପ୍ରତି ସମର୍ପଣ ମନୋଭାବ ପାଇଁ ମନ୍ତ୍ରୀ ତାଙ୍କୁ ପ୍ରଶଂସା କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏ ନେଇ ଡାକ୍ତର କରଙ୍କ ସହ ଯୋଗାଯୋଗ କରିବାରୁ ସେ କହିଲେ, ବତ୍ତର୍ର୍ମାନ ଧୀରେ ଧୀରେ ସୁସ୍ଥ ହେଉଛି। ଔଷଧ ଖାଇ ରୋଗୀଙ୍କ ଚିକିତ୍ସା କରୁଛି। ଲୋକଙ୍କ ସେବା କରିବା ମୋର କର୍ତ୍ତବ୍ୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?