ପଞ୍ଚଭୂତରେ ବିଲୀନ ହେଲେ ନବ କିଶୋର

ଝାରସୁଗୁଡ଼ା ଅଫିସ,୩୦।୧: ପଞ୍ଚଭୂତରେ ବିଲୀନ ହେଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଝାରସୁଗୁଡ଼ା ଖେରୁଆଲ ଶ୍ମଶାନରେ ସ୍ବାସ୍ଥ୍ୟ ମନ୍ତ୍ରୀ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦାର ତାଙ୍କୁ ଅନ୍ତିମ ବିଦାୟ ଦିଆଯାଇଛି। ସନ୍ଧ୍ୟା ୫ଟାରେ ପୁଅ ବିଶାଳ ମୁଖାଗ୍ନି ଦେଇଥିଲେ। ଏହି ସମୟରେ ସେଠାରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। ସମର୍ଥକ ଓ ଶୁଭେଚ୍ଛୁ ତାଙ୍କୁ ଅଶ୍ରୁଳ ବିଦାୟ ଦେଇଥିଲେ।

ଅନ୍ତିମ ସଂସ୍କାର ପୂର୍ବରୁ ହଜାର ହଜାର ସମର୍ଥକ ଓ ଶୁଭେଚ୍ଛୁଙ୍କ ଉପସ୍ଥିତିରେ ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ମନ୍ତ୍ରୀଙ୍କ ଶେଷ ଦର୍ଶନ ପାଇଁ ଖେରୁଆଲ ଶ୍ମଶାନ ଲୋକାରଣ୍ୟ ହୋଇପଡିଥିଲା। ବିଧାୟକ, ମନ୍ତ୍ରୀ ଓ ବରିଷ୍ଠ ନେତା, କର୍ମୀ ଶେଷଯାତ୍ରାରେ ସାମିଲ ହୋଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ନବ ଦାସ ଅମର ରହେ ଏବଂ ଦୋଷୀଙ୍କୁ ଫାଶୀ ଦିଆଯାଉ ବୋଲି ସମର୍ଥକଙ୍କ ନାରାରେ ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ଏହି ଅବସରରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବିଧାୟକଙ୍କ ସହ ବିଭିନ୍ନ ଦଳର ନେତୃବୃନ୍ଦ ଉପସ୍ଥିତ ରହିଥିଲେ। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଅନ୍ତିମ ଯାତ୍ରାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri