ପଞ୍ଚଭୂତରେ ବିଲୀନ ହେଲେ ନବ କିଶୋର

ଝାରସୁଗୁଡ଼ା ଅଫିସ,୩୦।୧: ପଞ୍ଚଭୂତରେ ବିଲୀନ ହେଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଝାରସୁଗୁଡ଼ା ଖେରୁଆଲ ଶ୍ମଶାନରେ ସ୍ବାସ୍ଥ୍ୟ ମନ୍ତ୍ରୀ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦାର ତାଙ୍କୁ ଅନ୍ତିମ ବିଦାୟ ଦିଆଯାଇଛି। ସନ୍ଧ୍ୟା ୫ଟାରେ ପୁଅ ବିଶାଳ ମୁଖାଗ୍ନି ଦେଇଥିଲେ। ଏହି ସମୟରେ ସେଠାରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। ସମର୍ଥକ ଓ ଶୁଭେଚ୍ଛୁ ତାଙ୍କୁ ଅଶ୍ରୁଳ ବିଦାୟ ଦେଇଥିଲେ।

ଅନ୍ତିମ ସଂସ୍କାର ପୂର୍ବରୁ ହଜାର ହଜାର ସମର୍ଥକ ଓ ଶୁଭେଚ୍ଛୁଙ୍କ ଉପସ୍ଥିତିରେ ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ମନ୍ତ୍ରୀଙ୍କ ଶେଷ ଦର୍ଶନ ପାଇଁ ଖେରୁଆଲ ଶ୍ମଶାନ ଲୋକାରଣ୍ୟ ହୋଇପଡିଥିଲା। ବିଧାୟକ, ମନ୍ତ୍ରୀ ଓ ବରିଷ୍ଠ ନେତା, କର୍ମୀ ଶେଷଯାତ୍ରାରେ ସାମିଲ ହୋଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ନବ ଦାସ ଅମର ରହେ ଏବଂ ଦୋଷୀଙ୍କୁ ଫାଶୀ ଦିଆଯାଉ ବୋଲି ସମର୍ଥକଙ୍କ ନାରାରେ ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ଏହି ଅବସରରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବିଧାୟକଙ୍କ ସହ ବିଭିନ୍ନ ଦଳର ନେତୃବୃନ୍ଦ ଉପସ୍ଥିତ ରହିଥିଲେ। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଅନ୍ତିମ ଯାତ୍ରାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri