ସ୍ବାସ୍ଥ୍ୟମନ୍ତ୍ରୀ ବାଣ୍ଟିଲେ ଆୟୁଷ୍ମାନ କାର୍ଡ: ହିତାଧିକାରୀଙ୍କ ଘରେ ଚା ପିଇଲେ

ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର): ବରଗଡ ଜିଲା ଅତାବିରାକୁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପହଞ୍ଚି ଆଜି ପୂର୍ବାହ୍ନରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଅନ୍ତର୍ଗତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ କାର୍ଡ ବଣ୍ଟନ କରିଥିଲେ। ଅତାବିରା ନିବାସୀ ମୀନା ସାହୁ ଏବଂ ଶ୍ରୀକାନ୍ତ ମହାରଣାଙ୍କୁ ସେ ସ୍ବାସ୍ଥ୍ୟକାର୍ଡ ବଣ୍ଟନ କରିଥିଲେ ।

ସେହିପରି ଚନ୍ଦ୍ରକାନ୍ତି ସାହୁ, ରଏବାରୀ ବିଶ୍ୱାଳ ଓ ଶ୍ରୀଧର ସାହୁଙ୍କୁ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ କାର୍ଡ ପ୍ରଦାନ କରି ଅତାବିରାରେ ଏକକ ସ୍ବାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ତେବେ ସ୍ବାସ୍ଥ୍ୟ କାର୍ଡ ଘର ଦ୍ୱାରରେ ପାଇଥିବା ହିତାଧିକାରୀ ରୀନା ସାହୁଙ୍କ ଅନୁରୋଧ କ୍ରମେ ସ୍ବାସ୍ଥ୍ୟ ମନ୍ତ୍ରୀ ତାଙ୍କ ଘରେ ଚା’ ପିଇଥିଲେ । ଏହି ଅବସରରେ ଅତାବିରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ୨୦ଜଣ ଡାକ୍ତର ପଦବୀ ସ୍ଥାନରେ ୬ ଜଣ କାର୍ଯ୍ୟରତ ଥିବାରୁ ଖାଲି ଥିବା ଭେଷଜ, ଶିଶୁ ରୋଗ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ପଦବୀ ପୂରଣ ସହ ବହୁ ବିଧ ଅସୁବିଧା ଦୂର କରିବାକୁ ଅଞ୍ଚଳବାସୀ ଏକ ସ୍ମାରକ ପତ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ । ଏହି ଅବସରରେ ବରଗଡ଼ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ପ୍ରଶାନ୍ତ କିଶୋର ଦାଶ, ଅତାବିରା ମୁଖ୍ୟ ଡା. ରବି ନାରାୟଣ ମିଶ୍ର, ବରଗ ଡାକ୍ତରଖାନାର ମୁଖ୍ୟ ଡା. ସୁବାଷ ଅଗ୍ରୱାଲ, ଅତାବିରା ତହସିଲଦାର କେ. ରିଚୀ କୁମାର ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମୁନୀରଙ୍କ ସହ ଲଞ୍ଚ୍‌ କରିଥାନ୍ତେ ଟ୍ରମ୍ପ: ଏହା ପୂର୍ବରୁ ମୁହେଁ ମୁହେଁ ଏମିତି କଥା ଶୁଣାଇଦେଲେ ମୋଦି

ନୂଆଦିଲ୍ଲୀ,ଓ୍ବାଶିଂଟନ,୧୮।୬: ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଫୋନରେ ଆଲୋଚନା ହୋଇଛି। ଟ୍ରମ୍ପଙ୍କ ଅନୁରୋଧରେ, ଉଭୟ ନେତା ଫୋନରେ କଥା ହୋଇଥିଲେ। ଏହି ଆଲୋଚନା...

ସିମନବାଡ଼ି-ରାଇକିଆ ରାସ୍ତାରେ ଗାଡ଼ିମୋଟର ଚଳାଚଳ ବନ୍ଦ, ଲୋକେ ହଟହଟା

ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ...

ହଠାତ୍‌ ଟ୍ରମ୍ପଙ୍କୁ ଫୋନ୍‌ କଲେ ମୋଦି: ଏମିତି କ’ଣ ହେଲା ଆମେରିକା ଯିବାକୁ ମନା କରିଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ୍‌ରେ ଅପରେଶନ ସିନ୍ଦୂର ବିଷୟରେ କଥା ହୋଇଛନ୍ତି। ଦୁଇ ନେତା ପ୍ରାୟ ୩୫...

ଟ୍ରମ୍ପଙ୍କ ପାକିସ୍ତାନୀ ପ୍ରେମ: ଭାରତର ବଡ଼ ଶତ୍ରୁଙ୍କ ସହ କରିବେ ଲଞ୍ଚ୍‌

ୱାଶିଂଟନ,୧୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଜି ଲଞ୍ଚରେ ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନୀରଙ୍କୁ ଭେଟିବେ। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି...

ସ୍ବାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ, ଆତ୍ମହତ୍ୟା ରୂପ ଦେବାକୁ ଉଦ୍ୟମ ବେଳେ…

ଧରାକୋଟ,୧୮ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରାଇ ଗାଁରୁ ଆସିଛି ପୁଣି ପାରିବାରିକ କଳହର କରୁଣ ପରିଣତି। ସ୍ବାମୀଙ୍କୁ ହତ୍ୟା କରି...

ମୋଦିଙ୍କ ସହ ଫଟୋ ଶେୟାର କରି ହୃଦୟର କଥା କହିଦେଲେ ମେଲୋନି: ପ୍ରଧାନମନ୍ତ୍ରୀ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି G7 ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ କାନାଡାର କାନାନାସ୍କିସ ପହଞ୍ଚିଛନ୍ତି। ଏହି ସମ୍ମିଳନୀରେ ସେ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ...

କଳିଙ୍ଗା ଘାଟିରେ ଧସିଲା ମାଟି ଅତଡ଼ା, ପାହାଡ଼ ତଳକୁ ଖସିଲା ୨ ଜେସିବି

ଭଞ୍ଜନଗର,୧୮ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଳିଙ୍ଗା ଘାଟିରେ ମାଡ଼ି ଅତଡ଼ା ଧସିଛି। ପ୍ରବଳ ବର୍ଷା ଯୋଗୁ ମାଟି ଅତଡ଼ା ଧସି ପଡ଼ିଥିବା ଜଣାପଡ଼ିଛି। ତେବେ ଘାଟି...

ପୁଣି ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି, ଫସି ରହିଲେ ଜୁଏଲ ଓରାମ

ଭୁବନେଶ୍ୱର/ନୂଆଦିଲ୍ଲୀ,୧୮ା୬: ପୁଣି ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଦିଲ୍ଲୀ ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ୪ ଘଣ୍ଟା ଧରି ଫସି ରହିଥିଲେ ଯାତ୍ରୀ। ଏହି ବିମାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri