ସ୍ବାସ୍ଥ୍ୟମନ୍ତ୍ରୀ ବାଣ୍ଟିଲେ ଆୟୁଷ୍ମାନ କାର୍ଡ: ହିତାଧିକାରୀଙ୍କ ଘରେ ଚା ପିଇଲେ

ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର): ବରଗଡ ଜିଲା ଅତାବିରାକୁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପହଞ୍ଚି ଆଜି ପୂର୍ବାହ୍ନରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଅନ୍ତର୍ଗତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ କାର୍ଡ ବଣ୍ଟନ କରିଥିଲେ। ଅତାବିରା ନିବାସୀ ମୀନା ସାହୁ ଏବଂ ଶ୍ରୀକାନ୍ତ ମହାରଣାଙ୍କୁ ସେ ସ୍ବାସ୍ଥ୍ୟକାର୍ଡ ବଣ୍ଟନ କରିଥିଲେ ।

ସେହିପରି ଚନ୍ଦ୍ରକାନ୍ତି ସାହୁ, ରଏବାରୀ ବିଶ୍ୱାଳ ଓ ଶ୍ରୀଧର ସାହୁଙ୍କୁ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ କାର୍ଡ ପ୍ରଦାନ କରି ଅତାବିରାରେ ଏକକ ସ୍ବାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ତେବେ ସ୍ବାସ୍ଥ୍ୟ କାର୍ଡ ଘର ଦ୍ୱାରରେ ପାଇଥିବା ହିତାଧିକାରୀ ରୀନା ସାହୁଙ୍କ ଅନୁରୋଧ କ୍ରମେ ସ୍ବାସ୍ଥ୍ୟ ମନ୍ତ୍ରୀ ତାଙ୍କ ଘରେ ଚା’ ପିଇଥିଲେ । ଏହି ଅବସରରେ ଅତାବିରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ୨୦ଜଣ ଡାକ୍ତର ପଦବୀ ସ୍ଥାନରେ ୬ ଜଣ କାର୍ଯ୍ୟରତ ଥିବାରୁ ଖାଲି ଥିବା ଭେଷଜ, ଶିଶୁ ରୋଗ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ପଦବୀ ପୂରଣ ସହ ବହୁ ବିଧ ଅସୁବିଧା ଦୂର କରିବାକୁ ଅଞ୍ଚଳବାସୀ ଏକ ସ୍ମାରକ ପତ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ । ଏହି ଅବସରରେ ବରଗଡ଼ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ପ୍ରଶାନ୍ତ କିଶୋର ଦାଶ, ଅତାବିରା ମୁଖ୍ୟ ଡା. ରବି ନାରାୟଣ ମିଶ୍ର, ବରଗ ଡାକ୍ତରଖାନାର ମୁଖ୍ୟ ଡା. ସୁବାଷ ଅଗ୍ରୱାଲ, ଅତାବିରା ତହସିଲଦାର କେ. ରିଚୀ କୁମାର ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?