‘ରୋଷେୟା ମୃତ୍ୟୁର ତଦନ୍ତକୁ ଡରୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ’

ଝାରସୁଗୁଡ଼ା ଅଫିସ୍‌,୨୫।୪: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରୋଷେୟା ଲଳିତ କୁମାର ସାହୁଙ୍କ ସନ୍ଦେହଜନକ ମୃତ୍ୟୁର ପର୍ଦ୍ଦାଫାଶ କରିବା ପାଇଁ ଜିଲା ଭାଜପା ପ୍ରଥମରୁ ଦାବି କରିଆସୁଛି। ଏଥିରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ସହଯୋଗ ନ କରି ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନକୁ ଧରି ଘଟଣାକୁ ଚାପିଦେବା ପାଇଁ ପ୍ରୟାସ ଚଳାଇଛନ୍ତି। ଏଭଳି ସ୍ଥିତିରେ ସେ ନିଜେ ଆଇନ ଉଲ୍ଲଂଘନ କରିଚାଲିଥିବା ବେଳେ ଗଣମାଧ୍ୟମକୁ କହିଛନ୍ତି, ଆଇନକୁ ତା’ ବାଟରେ ଯିବା ପାଇଁ ଦିଅ । ଏହା କହିବା ମନ୍ତ୍ରୀଙ୍କ ପକ୍ଷେ ହାସ୍ୟାସ୍ପଦ ବୋଲି ଭାଜପା ଅଭିଯୋଗ କରିଛି। ଯଦି ଏଥିରେ ମନ୍ତ୍ରୀଙ୍କ ସମ୍ପୃକ୍ତି ନାହିଁ ତା’ହେଲେ ସେ କାହିଁକି ତଦନ୍ତକୁ ଡରୁଛନ୍ତି ବୋଲି ଭାଜପା ପ୍ରଶ୍ନ କରିଛି ।

ରୋଷେୟଙ୍କ ପରିବାରକୁ ନ୍ୟାୟ ଦେବାପାଇଁ ଭାଜପା ପକ୍ଷରୁ ରବିବାର ଶାନ୍ତିପୂର୍ଣ୍ଣ ଧାରଣା ଦିଆଯାଇଥିଲା । ଏହାକୁ ମନ୍ତ୍ରୀଙ୍କ ଲୋକମାନେ ଉଦ୍ଦେଶ୍ୟମୂଳକଭାବେ ଜାଣିଶୁଣି ବିରୋଧକରି ଭଣ୍ଡୁର କରିଛନ୍ତି। ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର। ନ୍ୟାୟ ପାଇବା ପାଇଁ ଗଣତାନ୍ତ୍ରିକ ଭାବେ ସମସ୍ତଙ୍କ ଆନ୍ଦୋଳନ କରିବାର ଅଧିକାର ରହିଛି। ହେଲେ ଏଠାରେ ପୋଲିସ ୧୪୪ ଧାରା ଜାରି କରି ଏହାକୁ ରୋକିବା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ ବୋଲି ଭାଜପା ଅଭିଯୋଗ କରିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହୁଛନ୍ତି, ସମାଜରେ ନାରୀଙ୍କୁ ସଦସର୍ବଦା ସମ୍ମାନ ଦିଏ । ହେଲେ ଝାରସୁଗୁଡ଼ାରେ ବିଜେଡି ନେତା ଓ କର୍ମୀମାନେ ମହିଳାଙ୍କ ଉପରକୁ ଲାଠି ଓ ଟମାଟୋ ମାଡ଼କରି ଆକ୍ରମଣ କରିବା ଏହା କ’ଣ ନାରୀଙ୍କୁ ସମ୍ମାନ ବୋଲି ଭାଜପା ପ୍ରଶ୍ନ କରିଛି। ବିଜେଡିର ଏଭଳି କାର୍ଯ୍ୟକଳାପକୁ ଜିଲା ଭାଜପା ନିନ୍ଦା କରିଛି। ଏଭଳି ସ୍ଥିତିରେ ବିରୋଧୀଙ୍କ ବିରୋଧ ସତ୍ତ୍ୱେ ଜିଲା ଭାଜପା ମୃତ ରୋଷେୟାଙ୍କ ପରିବାରକୁ ନ୍ୟାୟ ଦେବାପାଇଁ ଲଢ଼େଇ ଜାରି ରଖିବ ବୋଲି ଭାଜପା ଜିଲା କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କୁହାଯାଇଛି। ଏଥିରେ ଭାଜପା ନେତା ଦୀନେଶ ଜୈନ, ତ୍ରିନାଥ ଗୁଆଲ, ମହେନ୍ଦ୍ର କେଡ଼ିଆ, ଗୋପାଳ ପଟେଲ, ମମତା ସାହୁ, ଯମୁନା ସୁନାନୀ ଓ ମମତା ବେହେରା ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri