ଧର୍ମଶାଳାରେ ସ୍ଥିତି ବୁଲି ଦେଖିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଯାଜପୁର,୧୫।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ କିଛଦିନ ହେବ ଶହଶହ ରୋଗୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଥିବାବେଳେ ସେଥି ମଧ୍ୟରୁ ଅନେକଙ୍କ ନମୂନା ପରୀକ୍ଷା ପରେ ହଇଜା ଚିହ୍ନଟ ହୋଇଛି। ଦିନକୁ ଦିନ ରୋଗୀମାନଙ୍କ ସଂଖ୍ୟା କମୁ ନ ଥିବା ବେଳେ ଏହାର ସ୍ଥିତି ଅନୁଧ୍ୟାନ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଭଳି ସ୍ଥିତିକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଯାଜପୁର ଗ୍ରସ୍ତରେ ଆସି ପ୍ରଥମେ ବଡ଼ଚଣା ଓ ପରେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବୁଲି ଦେଖିଛନ୍ତି। ରୋଗୀମାନଙ୍କୁ ସେମାନଙ୍କ ସାସ୍ଥ୍ୟ ସମସ୍ୟା ସମ୍ପର୍କ ରେ ପଚାରି ବୁଝିଛନ୍ତି, ଯାଜପୁର ଜିଲାପାଳ ଅନ୍ବେସୟା ରେଡ୍ଡୀ ଓ ଅନ୍ୟ ପ୍ରସାଶନିକ ଅଧିକାରୀଙ୍କ ସମେତ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ, ବଡ଼ଚଣା ବିଧାୟକ ଅମର ନାୟକ ଓ ଅନ୍ୟ ମାନେ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri