ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ (NH-୪୯) ମୟୂରଭଞ୍ଜ ଜିଲାକୁ ଯାଉଥିବା ସମୟରେ ତେଲକୋଇ ଥାନା ଅନ୍ତର୍ଗତ ଜଗମୋହନପୁର ନିକଟରେ ମନ୍ତ୍ରୀଙ୍କ ସରକାରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ସା ପ୍ରାୟ ୫.୪୫ ମିନିଟ ସମୟରେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, ଜାତୀୟ ରାଜପଥରେ ଯାଉଥିବା ବେଳେ ଜଗମୋହନପୁର ନିକଟରେ ଥିବା ଏକ ସ୍ପିଡ ବ୍ରେକର୍‌ (ହମ୍ପସ) ଯୋଗୁ ଆଗରେ ଯାଉଥିବା ପାଇଲଟ ଗାଡ଼ିଟି ହଠାତ ବ୍ରେକ ମାରି ଅଟକି ଯାଇଥିଲା। ଫଳରେ ପଛରେ ସେହି ସମାନ ବେଗରେ ଆସୁଥିବା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଗାଡ଼ିଟି ନିୟନ୍ତ୍ରଣ ହରାଇ ପାଇଲଟ ଗାଡ଼ି ପଛରେ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ମନ୍ତ୍ରୀଙ୍କ ଗାଡ଼ିର ସୁରକ୍ଷା ବେଲୁନ (Airbag) ତୁରନ୍ତ ଖୋଲିଯାଇଥିଲା, ଯାହା ଫଳରେ ମନ୍ତ୍ରୀ ଓ ଗାଡ଼ିରେ ଥିବା ଅନ୍ୟ ସଦସ୍ୟମାନେ ଏକ ବଡ଼ ଦୁର୍ଘଟଣାରୁ ରକ୍ଷା ପାଇଯାଇଛନ୍ତି।

ଘଟଣା ସମ୍ପର୍କରେ ତେଲକୋଇ ଥାନା ଅଧିକାରୀ ଅଞ୍ଜନ କୁମାର ପାତ୍ର କହିଛନ୍ତି ଯେ, ଏହା ଏକ ସାମାନ୍ୟ ଦୁର୍ଘଟଣା ଏବଂ ଗାଡ଼ିରେ ଥିବା ସମସ୍ତ ବ୍ୟକ୍ତି ସୁରକ୍ଷିତ ଅଛନ୍ତି। ମନ୍ତ୍ରୀ ମୁକେଶ ମହାଲିଙ୍ଗ ସାମାନ୍ୟ ଆହତ ହୋଇଥିଲେ ହେଁ ସମ୍ପୂର୍ଣ୍ଣ ବିପଦମୁକ୍ତ ଅଛନ୍ତି। ଦୁର୍ଘଟଣା ଖବର ପାଇ ସ୍ଥାନୀୟ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲା। ଏହାପରେ ମନ୍ତ୍ରୀଙ୍କୁ ପଛରେ ଆସୁଥିବା ଅନ୍ୟ ଏକ ଗାଡ଼ି ସାହାଯ୍ୟରେ ମୟୂରଭଞ୍ଜ ଅଭିମୁଖେ ପଠାଯାଇଛି।

ଜାତୀୟ ରାଜପଥ (NH) ଉପରେ ଏଭଳି ସ୍ପିଡ ବ୍ରେକର୍‌ ବା ହମ୍ପସ ନିର୍ମାଣ କରିବା ବେଆଇନ ହୋଇଥିଲେ ସୁଦ୍ଧା ଏହି ସ୍ଥାନରେ ଏକ ବଡ଼ କାରଣ ପାଇଁ ଏହା ତିଆରି କରାଯାଇଥିଲା। କିଛି ମାସ ପୂର୍ବେ ଏଠାରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ଜୀବନ ଯାଇଥିଲା, ଯାହାକୁ ନେଇ ସ୍ଥାନୀୟ ଲୋକେ ରାସ୍ତାରୋକ କରି ହମ୍ପସ ନିର୍ମାଣ କରିଥିଲେ। ତେବେ ବର୍ତ୍ତମାନ ଏହି ହମ୍ପସ ଯୋଗୁ ଅନେକ ସମୟରେ ଦୁର୍ଘଟଣା ଘଟୁଥିବାରୁ ଏବଂ ଯାତାୟାତ ଅସୁରକ୍ଷିତ ହୋଇପଡ଼ୁଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

ଦୁର୍ଘଟଣା ପରେ ରାସ୍ତାରେ ସ୍ଥାନୀୟ ଲୋକଙ୍କ ପ୍ରବଳ ଭିଡ଼ ଜମିଥିଲା, ଯାହା ଫଳରେ କିଛି ସମୟ ପାଇଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ରାସ୍ତାରୁ ହଟାଇବା ପରେ ବର୍ତ୍ତମାନ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?