ସ୍ବାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ମାମଲା: ଗିରଫ ହେଲେ ଗୋପାଳ ଦାସ

ଝାରସୁଗୁଡା ଅଫିସ,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କୁ ସୋମବାର ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ଗୋପାଳଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି। ଘଟଣାସ୍ଥଳ ଯାଞ୍ଚ କରାଯାଇ ତଦନ୍ତ କରାଯାଉଛି। ଅଭିଯୁକ୍ତଙ୍କୁ ୭ଦିନ ରିମାଣ୍ଡରେ ଆଣିବାକୁ ଆବେଦନ କରାଯିବ ବୋଲି ଏଡିଜି କହିଛନ୍ତି।