ଆଇସିୟୁରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ: ଅସ୍ତ୍ରୋପଚାର ଶେଷ

ଭୁବନେଶ୍ବର,୨୯।୧(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅସ୍ତ୍ରୋପଚାର ଶେଷ ହୋଇଛି। ଏବେ ତାଙ୍କୁ ଆଇସିୟୁରେ ରଖାଯାଇଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଚିକିତ୍ସା ତଦାରଖ ପାଇଁ ପୂର୍ବରୁ ହସ୍ପିଟାଲରେ ଉପସ୍ଥିତ ଅଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବିଷୟରେ ବୁଝିବା ପାଇଁ ହସ୍ପିଟାଲରେ ପହଞ୍ଚିଛନ୍ତି।
ବ୍ରଜରାଜନଗରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସିଥିବାବେଳେ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଉପରକୁ ଗୋପାଳ ଦାସ ନାମକ ଜଣେ ପୋଲିସ ଏଏସଆଇ ୨ ରାଉଣ୍ଡ ଗୁଳିମାଡ କରିଥିଲେ। କାର୍ଯ୍ୟକ୍ରମ ସ୍ଥଳରେ ସେ ଗାଡିରୁ ଓହ୍ଲାଇବା ମାତ୍ରେ ତାଙ୍କ ଉପରକୁ ଗୁଳି ମାଡ ହୋଇଥିଲା। ମନ୍ତ୍ରୀଙ୍କର ଛାତିରେ ଗୁଳି ବାଜିଥିବା ବେଳେ ତାଙ୍କ ଅବସ୍ଥା ଗୁରୁତର ରହିଛି। ସେଥିପାଇଁ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭୁବନେଶ୍ୱରକୁ ଏୟାର ଲିଫ୍ଟ କରାଯାଇଥିଲା। ଭୁବନେଶ୍ୱରର ଆପୋଲୋ ହସ୍ପିଟାଲରେ ତାଙ୍କର ଆସ୍ତ୍ରୋପଚାର କରାଯାଇଛି।
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। କ୍ରାଇମବ୍ରାଞ୍ଚର ବରିଷ୍ଠ ଅଧିକାରୀମାନଙ୍କୁ ଘଟଣାସ୍ଥଳକୁ ଯିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri