ଆୟୁଷ୍ମାନ ଯୋଜନାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: ୩ ଦିନରେ ହେବ…

ଭୁବନେଶ୍ୱର,୧୯।୧: ‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ‘ଆୟୁଷ୍ମାନ’ ଚିନ୍ତନ ଶିବିରରେ ଏହା କହିଛନ୍ତି। ସେ କହିଛନ୍ତି, ଆୟୁଷ୍ମାନ ଭାରତ କାର୍ଡ ସମ୍ପର୍କିତ ସମସ୍ତ ସମସ୍ୟା ଖୁବଶୀଘ୍ର ସମାଧାନ ହେବ। ଯେଉଁ ହିତାଧିକାରୀଙ୍କର କାର୍ଡ ହୋଇନାହିଁ, ସେମାନେ ଆବେଦନ କରିପାରିବେ। ଡିଜିଟାଲ ମାଧ୍ୟମରେ ତଥ୍ୟ ଦେଖିପାରିବେ ଓ ଆବେଦନ ସ୍ଥିତି ଜାଣିପାରିବେ। ଆଗାମୀ ଦିନରେ ଆୟୁଷ୍ମାନ ଭାରତର ସମସ୍ତ ଡାଟା ଓଡ଼ିଆରେ ଉପଲବ୍ଧ ହେବ। ସାଧାରଣ ଲୋକଙ୍କୁ ଯୋଜନା ବୁଝିବା ଓ ସୁବିଧା ନେବା ଅଧିକ ସହଜ ହେବ। ‘ଆୟୁଷ୍ମାନ’ ଯୋଜନାର ସୁବିଧା ପାଇଁ ୩ଟି MoU ସ୍ବାକ୍ଷରିତ ହୋଇଛି।

Dharitri – Odisha’s No.1 Odia Daily

Share