Posted inଜାତୀୟ

ଚିନ୍ତା ବଢାଇଲାଣି ମଙ୍କିପକ୍ସ: ରାଜ୍ୟଗୁଡ଼ିକୁ ସତର୍କ ରହିବାକୁ ଆଡଭାଇଜରି ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ,୯ା୯ : ଭାରତରେ ପ୍ରଥମ ମଙ୍କିପକ୍ସ ମାମଲା ସାମ୍‌ନାକୁ ଆସିବା ପରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ସତର୍କ ଓ ପ୍ରସ୍ତୁତ ରହିବା ପାଇଁ କେନ୍ଦ୍ର ସରକାର ସୋମବାର ଆଡଭାଇଜରି ଜାରି କରିଛନ୍ତି। ଗୋଷ୍ଠୀରେ ସମସ୍ତ ସନ୍ଦିଗ୍ଧ ମଙ୍କିପକ୍ସ ମାମଲାର ଯାଞ୍ଚ କରାଯିବା ସହ ପରୀକ୍ଷା କରାଇବାକୁ କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ସେହିପରି ଉଭୟ ସନ୍ଦିଗ୍ଧ ଏବଂ ଚିହ୍ନଟ ରୋଗୀଙ୍କ ପାଇଁ ହସ୍ପିଟାଲଗୁଡ଼ିକରେ ଆଇସୋଲେଶନ ସୁବିଧା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ଲୋକଙ୍କ ମଧ୍ୟରେ କୌଣସି ପ୍ରକାର ଅହେତୁକ ଆତଙ୍କ ରୋକିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଅପୂର୍ବ ଚନ୍ଦ୍ରା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପତ୍ର ଲେଖି ଜଣାଇଛନ୍ତି। ହସ୍ପିଟାଲଗୁଡ଼ିକରେ ଆଇସୋଲେଶନ ସୁବିଧା, ଆବଶ୍ୟକ ଲଜିଷ୍ଟିକ୍ସ ଏବଂ ପ୍ରଶିକ୍ଷିତ ମାନବ ସମ୍ବଳ ଆଦିର ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଇଣ୍ଟିଗ୍ରେଟେଡ୍‌ ଡିଜିଜ୍‌ ସର୍ଭିଲାନ୍ସ ପ୍ରୋଗ୍ରାମ (ଆଇଡିଏସ୍‌ପି) ଅଧୀନରେ ରାଜ୍ୟ ଏବଂ ଜିଲାସ୍ତରରେ ସର୍ଭିଲାନ୍ସ ୟୁନିଟ୍‌ଗୁଡ଼ିକର ସମସ୍ତ ଷ୍ଟେକ୍‌ହୋଲ୍ଡରଙ୍କୁ ସନ୍ଦିଗ୍ଧ ରୋଗୀ ଚିହ୍ନଟ, ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ ଓ ଅନ୍ୟାନ୍ୟ ସର୍ଭିଲାନ୍ସ କାର୍ଯ୍ୟ ସମ୍ପର୍କରେ ଅଭ୍ୟସ୍ତ କରାଇବାକୁ କୁହାଯାଇଛି। ମଙ୍କିପକ୍ସ ସମ୍ପର୍କରେ ଜନସଚେତତନା ସୃଷ୍ଟି କରିବା, ଏହା କିଭଳି ବ୍ୟାପୁଛି ତାହା ବୁଝାଇବା, ଠିକ୍‌ ସମୟରେ ରିପୋର୍ଟିଂ ଓ ଆବଶ୍ୟକ ପ୍ରତିକାର ପଦକ୍ଷେପ ନେବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri