Posted inଜାତୀୟ

ଚିନ୍ତା ବଢାଇଲାଣି ମଙ୍କିପକ୍ସ: ରାଜ୍ୟଗୁଡ଼ିକୁ ସତର୍କ ରହିବାକୁ ଆଡଭାଇଜରି ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ,୯ା୯ : ଭାରତରେ ପ୍ରଥମ ମଙ୍କିପକ୍ସ ମାମଲା ସାମ୍‌ନାକୁ ଆସିବା ପରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ସତର୍କ ଓ ପ୍ରସ୍ତୁତ ରହିବା ପାଇଁ କେନ୍ଦ୍ର ସରକାର ସୋମବାର ଆଡଭାଇଜରି ଜାରି କରିଛନ୍ତି। ଗୋଷ୍ଠୀରେ ସମସ୍ତ ସନ୍ଦିଗ୍ଧ ମଙ୍କିପକ୍ସ ମାମଲାର ଯାଞ୍ଚ କରାଯିବା ସହ ପରୀକ୍ଷା କରାଇବାକୁ କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ସେହିପରି ଉଭୟ ସନ୍ଦିଗ୍ଧ ଏବଂ ଚିହ୍ନଟ ରୋଗୀଙ୍କ ପାଇଁ ହସ୍ପିଟାଲଗୁଡ଼ିକରେ ଆଇସୋଲେଶନ ସୁବିଧା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ଲୋକଙ୍କ ମଧ୍ୟରେ କୌଣସି ପ୍ରକାର ଅହେତୁକ ଆତଙ୍କ ରୋକିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଅପୂର୍ବ ଚନ୍ଦ୍ରା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପତ୍ର ଲେଖି ଜଣାଇଛନ୍ତି। ହସ୍ପିଟାଲଗୁଡ଼ିକରେ ଆଇସୋଲେଶନ ସୁବିଧା, ଆବଶ୍ୟକ ଲଜିଷ୍ଟିକ୍ସ ଏବଂ ପ୍ରଶିକ୍ଷିତ ମାନବ ସମ୍ବଳ ଆଦିର ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଇଣ୍ଟିଗ୍ରେଟେଡ୍‌ ଡିଜିଜ୍‌ ସର୍ଭିଲାନ୍ସ ପ୍ରୋଗ୍ରାମ (ଆଇଡିଏସ୍‌ପି) ଅଧୀନରେ ରାଜ୍ୟ ଏବଂ ଜିଲାସ୍ତରରେ ସର୍ଭିଲାନ୍ସ ୟୁନିଟ୍‌ଗୁଡ଼ିକର ସମସ୍ତ ଷ୍ଟେକ୍‌ହୋଲ୍ଡରଙ୍କୁ ସନ୍ଦିଗ୍ଧ ରୋଗୀ ଚିହ୍ନଟ, ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ ଓ ଅନ୍ୟାନ୍ୟ ସର୍ଭିଲାନ୍ସ କାର୍ଯ୍ୟ ସମ୍ପର୍କରେ ଅଭ୍ୟସ୍ତ କରାଇବାକୁ କୁହାଯାଇଛି। ମଙ୍କିପକ୍ସ ସମ୍ପର୍କରେ ଜନସଚେତତନା ସୃଷ୍ଟି କରିବା, ଏହା କିଭଳି ବ୍ୟାପୁଛି ତାହା ବୁଝାଇବା, ଠିକ୍‌ ସମୟରେ ରିପୋର୍ଟିଂ ଓ ଆବଶ୍ୟକ ପ୍ରତିକାର ପଦକ୍ଷେପ ନେବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri