Posted inଜାତୀୟ

ଗର୍ଭବତୀମାନେ ଟିକା ନେବା ଜରୁରୀ

ନୂଆଦିଲ୍ଲୀ,୯ ।୭: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛି କି ଦେଶରେ କୋଭିଡ-୧୯ର ୮୦ ପ୍ରତିଶତ ମାମଲା ୧୫ ରାଜ୍ୟ କେନ୍ଦ୍ର ଶାସିତ ଅଞ୍ଚଳର ୯୦ ଜିଲାରୁ ଆସିଛି । ଯାହା ଏହି ଅଞ୍ଚଳ ଉପରେ ନଜର ରଖିବାକୁ ଇସାରା ଦେଉଛି । ଦେଶର ୧୭ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୬୬ ଜିଲାରେ କୋଭିଡ-୧୯ ସଂକ୍ରମଣ ଦର ୮ ଜୁଲାଇରେ ଶେଷ ହେଉଥିବା ସପ୍ତାହରେ ୧୦ ପ୍ରତିଶତରୁ ଅଧିକ ରହିଥିଲା । ଉକ୍ତ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିବା ନୀତି ଆୟୋଗର ସଦସ୍ୟ(ସ୍ୱାସ୍ଥ୍ୟ)ଡା. ବିକେ ପଲ କହିଛନ୍ତି. ଗର୍ଭବତୀମାନେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେଲେ ସମୟ ପୂର୍ବରୁ ଶିଶୁ ଜନ୍ମ ହେବାର ସମ୍ଭାବନା ରହିଛି । ତେଣୁ ଏମାନେ ଟିକା ଲଗାଇବା ଜରୁରୀ । ଗର୍ଭବତୀଙ୍କ ଟିକାକରଣକୁ ନେଇ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଏମାନଙ୍କ ପାଇଁ ୩ଟି ଟିକା ଉପଯୁକ୍ତ ବୋଲି କୁହାଯାଇଛି । ଅନ୍ୟପଟେ ପର୍ଯ୍ୟଟନ ସ୍ଥଳରେ ଲୋକଙ୍କ ଭିଡ ପୁଣିଥରେ କରୋନାକୁ ଆମନ୍ତ୍ରଣ କରୁଛି । ଯାହା ଏବେ ଚିନ୍ତାର କାରଣ ପାଲଟି ଯାଇଛି । ଏଠାରେ ଲୋକେ ସାମାଜିକ ଦୂରତା ନ ମାନିବା ସହ ମାସ୍କ ମଧ୍ୟ ପିନ୍ଧି ନ ଥିବା ଦେଖାଯାଇଛି । ଯାହା ଭବିଷ୍ୟତ ପାଇଁ ବିପଜ୍ଜନକ । ତେଣୁ ସମସ୍ତେ କରୋନା ନିୟମ ମାନି ଚଳିବା ଉଚିତ । ନିକଟରେ କରୋନାର ନୂଆ ଭାରିଏଣ୍ଟ ଲ୍ୟାମଡାକୁ ନେଇ ଚିନ୍ତା ବଢୁଥିବା ବେଳେ ଏପର୍ଯ୍ୟନ୍ତ ଏହା ଭାରତରେ ଦେଖାଯାଇ ନାହିଁ ବୋଲି ସେ କହିଛନ୍ତି । ତେଣୁ ଆଗକୁ ପରିସ୍ଥିତି ଜଟିଳ ହେବା ପୂର୍ବରୁ ଏବେଠାରୁ ସତର୍କ ରହିବା ଭଲ ବୋଲି ଡ. ପଲ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri