ପୋଲିଓ ଟିକା ଚୋରୀ କରୁଥିଲେ ସ୍ବାସ୍ଥ୍ୟ ଅଧିକାରୀ: ପରେ ଘଟିଲା ଏପରି…

ଇସଲାମାବାଦ୍‌, ୨୭।୮: ଆଫ୍ରିକା ଏବେ ପୋଲିଓ ମୁକ୍ତି ହୋଇଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଘୋଷଣା କରାଯାଇଛି। ପାକିସ୍ତାନ ଏବଂ ଆଫଗାନିସ୍ତାନରେ ଏବେ ବି ପୋଲିଓ ରହିଥିବା ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପାକିସ୍ତାନରେ ଜାରି ରହିଥିବା ପୋଲିଓ ମୁକ୍ତ ଅଭିଯାନରେ ବହୁ ବାଧା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ଦେଶରେ ପୋଲିଓ ଟିକାର ବ୍ୟାପକ ହେର୍‌ଫେର୍‌ ହେଉଥିବା କୁହାଯାଉଛି। ଏଠାରେ ପୋଲିଓ ଟିକା ଚୋରୀ କରୁଥିବା ଅଭିଯୋଗରେ ଜଣେ ସ୍ବାସ୍ଥ୍ୟ ଅଧିକାରୀ ଏବଂ ତାଙ୍କ ସହାୟକଙ୍କୁ ସ୍ପେଶାଲ ଟାସ୍କ୍‌ ଫୋର୍ସ ପକ୍ଷରୁ ଗିରଫ କରାଯାଇଛି। ଦୀର୍ଘଦିନ ଧରି ସମ୍ପୃକ୍ତ ଅଧିକାରୀ ଜଣକ ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖାଯାଇଥିଲା। ପରେ ଟିକା ଚୋରୀର ପର୍ଦ୍ଦାଫାଶ୍‌ ହୋଇଥିଲା। ତାଙ୍କ ପାଖରୁ ୫ ଲକ୍ଷ ଟଙ୍କାର ପୋଲିଓ ଟିକା ଜବତ ହୋଇଛି। ଲାହୋରରେ ଏଭଳି ଟିକା ହେରଫେର୍‌ ହେଉଥିବା କୁହାଯାଉଛି। ୨ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri