ଗଞ୍ଜାମରେ ଘରକୁ ଘର ବୁଲି ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ: ଅଞ୍ଚଳରେ ୫ ଦିନ ଶଟ୍‌ଡାଉନ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ମୁକାବିଲା ପାଇଁ ଗୁରୁବାରଠାରୁ ସମସ୍ତ ସହରାଞ୍ଚଳ, ୫ ବ୍ଲକ ହେଡକ୍ୱାର୍ଟରରେ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ ହୋଇଛି। ସ୍କ୍ରିନିଂ ପାଇଁ ଉକ୍ତ ଅଞ୍ଚଳରେ ୫ ଦିନ ଶଟ୍‌ଡାଉନ କରାଯାଇଛି । ଏସମ୍ପର୍କରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଟୁଇଟ କରି ସୂଚନା ଦେଇଛନ୍ତି। ଏଥିପାଇଁ ୨୦୦ଟି ସ୍କ୍ରିନିଂ ଟିମ୍‌ ଗଠନ ହୋଇଛି। ଉକ୍ତ ଟିମ ଥର୍ମାଲ, ପଲସ ଅକ୍ସିମିଟର (ଅକ୍ସିଜେନ ଓ ପଲସ ) ନେଇ ଘରକୁ ଘର ବୁଲି ପରିବାର ସମସ୍ତ ସଦସ୍ୟଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରୁଛନ୍ତି। ଟିମକୁ ସହଯୋଗ କରିବାକୁ ଜିଲାପାଳ କହିଛନ୍ତି। ସ୍କ୍ରିନିଂ ସମୟରେ କରୋନା ଲକ୍ଷଣ ଦେଖାଯାଉଥିବା ଲୋକେ ଚିହ୍ନଟ ହୋଇପାରିବେ। ପରେ ସେମାନଙ୍କ ଚିକିତ୍ସା କରାଯାଇପାରିବ ବୋଲି କୁହାଯାଇଛି। ୭ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri