ଚିକିତ୍ସାଳୟରେ ଅଚାନକ ପହଞ୍ଚିଲେ ସ୍ବାସ୍ଥ୍ୟ ସଚିବ

ଘସିପୁରା,୧।୯(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟକୁ ଗୁରୁବାର ସ୍ବାସ୍ଥ୍ୟ ସଚିବ ସାଲିନି ପଣ୍ଡିତ୍‌ ଅଚାନକ ଗସ୍ତ କରିଥିଲେ। ଏହି ଅବସରରେ ସେ ଚିକିତ୍ସାଳୟର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଥିବା ଦେଖିବାକୁ ପାଇଥିଲେ। ଏନେଇ ସେ ଚିକିତ୍ସାଳୟ ଅଧିକାରୀଙ୍କ ସହିତ ଆଲୋଚନା କରି ଫେରିଥିଲେ।

ପରବର୍ତ୍ତୀ ସମୟରେ ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ଜରୁରୀ ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଶୁକ୍ରବାର ଜିଲାପାଳ ଆଶିଷ ଠାକରେ ଉପଖଣ୍ଡ ଚିକିତ୍ସାଳୟ ଗସ୍ତ କରି ପରିମଳ ବ୍ୟବସ୍ଥା ଉପରେ ତନଖୀ କରିବା ସହିତ ୬ଜଣ ସଫେଇ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସ୍ବରପ ନିଲମ୍ବନ ଆଦେଶ ଦେଇଛନ୍ତି। ଏହା ସହିତ ସଫେଇ ଦାୟିତ୍ୱରେ ଥିବା ଠିକା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଥିବା ଜିଲାପାଳ କହିଛନ୍ତି।

ଶୁକ୍ରବାର ସ୍ବାସ୍ଥ୍ୟ ସଚିବଙ୍କ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ଗସ୍ତ କାର୍ଯ୍ୟକ୍ରମ ରହିଥିଲେ ସୁଦ୍ଧା ସେ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ଜିଲାପାଳଙ୍କ ସହିତ ଆଲୋଚନା କରି ଫେରିଛନ୍ତି। ସୂଚନାଯୋଗ୍ୟ, ସଚିବଙ୍କ ଦୁଇ ଦିନିଆ ମୟୁରଭଞ୍ଜ ଜିଲା ଗସ୍ତ କାଯର୍‌ୟକ୍ରମ ରହିଥିବାବେଳେ ବାଟରେ ଆନନ୍ଦପୁର ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ଗୁରୁବାର ରିଫ୍ରେସ୍‌ମେଣ୍ଟ କାର୍ଯ୍ୟକ୍ରମ ରହିଥିଲା। ସଚିବ ଡାକବଙ୍ଗଳାରୁ ବାହାରି ହଠାତ୍‌ ଆନନ୍ଦପୁର ଚିକିତ୍ସାଳୟରେ ପହଞ୍ଚି ଥିଲେ। ପରେ ସେ ମାତୃ ଓ ଶିଶୁ ରୋଗ ବିଭାଗ ବୁଲି ଦେଖିବା ସହିତ ରୋଗୀଙ୍କ ସମ୍ପର୍କୀୟଙ୍କୁ ଚିକିତ୍ସା ସମ୍ପର୍କରେ ପଚାରି ବୁଝିଥିଲେ। ପରେ ପୁରୁଷ ଓ ମହିଳା ମେଡିସିନ୍‌ ଓାର୍ଡ଼ ବୁଲି ଦେଖିବା ସହିତ ଚିକିତ୍ସାଳୟରେ ଚାଲିଥିବା ବିଭିନ୍ନ ମରାମତି କାର୍ଯ୍ୟ ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri