ସ୍ବାଧୀନତାର ୭୮ ବର୍ଷ ପରେ ଗାଁରେ ପହଞ୍ଚିଲା ସ୍ବାସ୍ଥ୍ୟ ସେବା: ପ୍ରଶାସନର ପ୍ରଚେଷ୍ଟାକୁ ସର୍ବସାଧାରଣରେ ପ୍ରଶଂସା

ଥୁଆମୂଳ ରାମପୁର, ୧୯।୯ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ଗ୍ରାମ ପଞ୍ଚାୟତର ଉପାନ୍ତ ଅଞ୍ଚଳରେ ଏକ ମେଗା ସ୍ବାସ୍ଥ୍ୟ ଶିବିର ସଫଳତାର ସହ ସମ୍ପନ୍ନ ହୋଇଯାଇଛି। ସ୍ବାଧୀନତାର ଦୀର୍ଘ ୭୮ ବର୍ଷ ପରେ ମଧ୍ୟ ଯେଉଁ ଗ୍ରାମଗୁଡ଼ିକୁ ମୌଳିକ ସୁବିଧା ପହଞ୍ଚିବା ସାତସପନ ଥିଲା, ଜିଲା ଓ ବ୍ଲକ ପ୍ରଶାସନର ମିଳିତ ପ୍ରଚେଷ୍ଟାରେ ସେହି ଦୁର୍ଗମ ପଥରେ ଗାଡ଼ି ଚଳାଚଳ ସମ୍ଭବ ହୋଇଛି। ଏହି ସଫଳତା କ୍ରମରେ ସୱାସ୍ଥ୍ୟକର୍ମୀମାନେ ପ୍ରଥମ ଥର ପାଇଁ ପଞ୍ଚାୟତ ମୁଖ୍ୟାଳୟ ବଦଳରେ ସିଧାସଳଖ ଗାଁରେ ପହଞ୍ଚି ଲୋକଙ୍କୁ ଦୁଆରମୁହଁରେ ସେବା ଯୋଗାଇଛନ୍ତି। ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ପ୍ରଦ୍ୟୁଶ କୁମାର ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ସିନ୍ଧିପଦର ପଞ୍ଚାୟତର ଦୁର୍ଗମ କନ୍ଦାଗୁଡ଼ା ଗ୍ରାମରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଏବଂ ତଳ କେନ୍ଦୁଗୁଡ଼ା ଗ୍ରାମର ୧୦୦ ରୁ ଊର୍ଦ୍ଧ୍ୱ ଜନସାଧାରଣ ଉପସ୍ଥିତ ରହି ସ୍ବାସ୍ଥ୍ୟ ସେବାର ସୁଯୋଗ ନେଇଥିଲେ। ଶିବିରରେ ସିନ୍ଧିପଦର ସିଏଚଓ କମଳିନୀ ସବର, ଆଶା କର୍ମୀ ମନ୍ଦାକିନୀ ନାଏକ ଏବଂ ମହିଳା ସ୍ବାସ୍ଥ୍ୟକର୍ମୀ ଧନ୍ମତୀ ପୋଟେଲ ପ୍ରମୁଖ ୪୦ରୁ ଅଧିକ ଗ୍ରାମବାସୀଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟତଃ ଜ୍ୱର, କାଶ ଓ ଥଣ୍ଡା ଜନିତ ରୋଗର ଚିକିତ୍ସା କରାଯିବା ସହ ମ୍ୟାଲେରିଆ, ମଧୁମେହ, ରକ୍ତଚାପ, ଏଚଆଇଭି ଏବଂ ସିକ୍ଲିନ ଆଦି ଗୁରୁତ୍ୱପୂର୍ଣ୍ଣ ରକ୍ତ ପରୀକ୍ଷା କରାଯାଇଥିଲା। ଏହା ସହିତ ଜନ୍ମରୁ ୫ ବର୍ଷ ବୟସ ମଧ୍ୟରେ ଥିବା ଶିଶୁମାନଙ୍କୁ ଆବଶ୍ୟକୀୟ ଟିକା ପ୍ରଦାନ କରାଯାଇଥିଲା।

ଶିବିରରେ ବହୁ ସଂଖ୍ୟାରେ ଗର୍ଭବତୀ ମହିଳା ମଧ୍ୟ ଉପସ୍ଥିତ ରହି ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ଚିକିତ୍ସା ସହ ସ୍ବାସ୍ଥ୍ୟକର୍ମୀମାନେ ଗ୍ରାମବାସୀଙ୍କୁ ବ୍ୟକ୍ତିଗତ ସ୍ବଚ୍ଛତା ଓ ସ୍ବାସ୍ଥ୍ୟର ଯତ୍ନ ନେବା ପାଇଁ ପରାମର୍ଶ ଦେଇଥିଲେ। ପାହାଡ଼, ଘଞ୍ଚ ଜଙ୍ଗଲ ଓ ବିପଦସଙ୍କୁଳ ରାସ୍ତା ଅତିକ୍ରମ କରି ସ୍ବାସ୍ଥ୍ୟକର୍ମୀମାନେ ସେବା ଯୋଗାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ସେମାନଙ୍କ ନିଷ୍ଠାକୁ ଉଚ୍ଚ ପ୍ରଶଂସା କରାଯାଇଛି।
ବର୍ତ୍ତମାନ ଜୁନାଗଡ଼ ବ୍ଲକର ଦେଦୋରୋ ପାର୍ଶ୍ୱରୁ ଏହି ଗ୍ରାମଗୁଡ଼ିକୁ ଏକ ମାଟି ରାସ୍ତା ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ମାତ୍ର ସିନ୍ଧିପଦରଠାରୁ ସମାପଲା ପର୍ଯ୍ୟନ୍ତ ଯଦି ଏକ ସ୍ଥାୟୀ ପକ୍କା ରାସ୍ତା ନିର୍ମାଣ କରାଯାଏ, ତେବେ ଗର୍ଭବତୀ ମହିଳା ଓ ଜରୁରୀକାଳୀନ ରୋଗୀମାନେ ସହଜରେ ମେଡିକାଲରେ ପହଞ୍ଚିପାରିବେ। ଏଣୁ ପ୍ରଶାସନ ସମାପଲା ରାସ୍ତା ନିର୍ମାଣ କୁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟକର୍ମୀ ଓ ଗ୍ରାମବାସୀମାନେ ଦାବି କରିଛନ୍ତି। ଏହି ସ୍ବାସ୍ଥ୍ୟ ଶିବିର ଅବସରରେ ଉପସ୍ଥିତ ଥିବା ଦୁଇ ଗଣମାଧ୍ୟମ ପ୍ରତିନିଧି ଗ୍ରାମର କୁନି ଶିଶୁମାନଙ୍କୁ ବିସ୍କୁଟ, ଖାତା ଏବଂ କଲମ ବଣ୍ଟନ କରି ଉତ୍ସାହିତ କରିଥିଲେ। ସମଗ୍ର କାର୍ଯ୍ୟକ୍ରମ ସୁରୁଖୁରୁରେ ସମ୍ପନ୍ନ ହୋଇଯାଇଛି।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍‌କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?