୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ହେବ ସ୍ବାସ୍ଥ୍ୟ ଉପକେନ୍ଦ୍ର

ବରଗଡ଼ ଅଫିସ, ୭।୪: ବରଗଡ଼ ବ୍ଲକ ତୋରା ଗ୍ରାମରେ ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନୂତନ ସ୍ବାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣ ହେବ। ଏ ନେଇ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଶୁକ୍ରବାର ଭୂମି ପୂଜନ କରିଛନ୍ତି । ତୋରାଠାରେ ଏକ ସ୍ବାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣ ପାଇଁ ଅଞ୍ଚଳବାସୀ ବିଧାୟକ ଆଚାର୍ଯ୍ୟଙ୍କଠାରେ ବାରମ୍ବାର ଦାବି କରି ଆସୁଥିଲେ । ତେବେ ବିଧାୟକ ଜନ ସାଧାରଣଙ୍କ ଏହି ନ୍ୟାର୍ଯ୍ୟ ଦାବିକୁ ହୃଦୟଙ୍ଗମ କରି ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟ ସରକାର ଏହି ସ୍ବାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣ ପାଇଁ ଆର୍ଥିକ ମଞ୍ଜୁରୀ ପ୍ରଦାନ କରିବା ପରେ ଅଞ୍ଚଳବାସୀଙ୍କ ମନରେ ଆନନ୍ଦର ଲହରୀ ଖେଳି ଯାଇଛି । ଭୂମି ପୂଜନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଧାୟକ ଆଚାର୍ଯ୍ୟ ଏହି ସ୍ବାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣ ଫଳରେ ଅଞ୍ଚଳବାସୀ ପ୍ରାଥମିକ ଚିକିତ୍ସା ଓ ସ୍ବାସ୍ଥ୍ୟ ସେବା ପାଇ ପାରିବେ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରଗଡ଼ ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା, ଜିଲା ପରିଷଦ ଉପାଧ୍ୟକ୍ଷ ମୋହନ ଲୁହା, ସ୍ଥାନୀୟ ସରପଞ୍ଚ ଦେବରାଜ ସାହୁ, ଜମୁର୍ଡା ସରପଞ୍ଚ ପଦ୍ମଲୋଚନ ପ୍ରଧାନ, ସୁରୁ ସାହୁ, ବଳରାମ ନନ୍ଦ, ସୁକାନ୍ତ ରାଉତ, ସୌରଙ୍ଗ ଧାରୁଆଙ୍କ ସମେତ ବହୁ ମାନ୍ୟଗଣ୍ୟ ଲୋକ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

ପେଟ୍ରୋଲ ଚିନ୍ତା ଦୂର! ଅକ୍ଟୋବରରେ ଆସିବ ୧୦୦%…ଗଡକରୀଙ୍କ ବଡ଼ ଘୋଷଣାକୁ ଦେଶରେ ଚହଳ

ନୂଆଦିଲ୍ଲୀ,୨୩।୯: E20 ପେଟ୍ରୋଲକୁ ନେଇ ଦେଶରେ ବିତର୍କ ଚାଲିଥିବା ବେଳେ ଇଥାନଲ ଇନ୍ଧନକୁ ନେଇ ପୁଣିଥରେ ସରକାରଙ୍କ ପକ୍ଷ ରଖିଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?