ପରିବାର ମଙ୍ଗଳ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ସର୍ଭେ: ଲୁକ୍କାୟିତ-କ୍ରୋନିକ୍‌ ରୋଗୀ ହେବେ ଚିହ୍ନଟ

ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): ଅନେକ ସମୟରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ରୋଗୀ ମୃତ୍ୟୁ ମୁଖରେ ପଡୁଛନ୍ତି। ରକ୍ତଚାପ, ଡାଇବେଟିସ୍‌, ଏଚ୍‌ଆଇଭି ହେଉ କି କ୍ୟାନ୍ସର ଭଳି ଭୟଙ୍କର ରୋଗର ଚି଼ହ୍ନଟ ପାଇଁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର ମଙ୍ଗଳ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବିଭିନ୍ନ ଗ୍ରାମରେ ଏଥିପାଇଁ ଅନୁସନ୍ଧନୀକାରୀ ଦଳ ବୁଲି ଲୋକଙ୍କ ନିକଟକୁ ଯାଇ ରକ୍ତ ନମୁନା ସଂଗ୍ରହ କରୁଛନ୍ତି। ସେମାନଙ୍କ କହିବା କଥା ହେଲା ଜନ ସଚେତନତା ଅଭାବ ଓ ରୋଗକୁ ଲୁଚାଇବା କିମ୍ବା ଅଣଦେଖା କରିବା ଯୋଗୁ ରୋଗ ବୃଦ୍ଧି ପରେ ଲୋକ ହଇରାଣ ହେଉଛନ୍ତି ଓ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର ଛାଡ଼ି ଘରୋଇ ଚିକିତ୍ସାକେନ୍ଦ୍ରକୁ ଯାଇ ଅଯଥା ଖର୍ଚ୍ଚାନ୍ତ ହେଉଛନ୍ତି। ତେଣୁ ସର୍ଭେରେ ରିପୋର୍ଟ ଆସିବା ପରେ ରୋଗୀମାନଙ୍କ ସହଜରେ ସରକାରୀ ସୁବିଧାରେ ଚିକିତ୍ସା କରାଯାଇପାରିବ ବୋଲି ଅନୁସନ୍ଧନୀକାରୀ ଦଳର ରୋହିତ କୁମାର ଦୀପ କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର ମଙ୍ଗଳ ବିଭାଗ ଓ ଇଣ୍ଟରନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଫର୍‌ ପପୁଲେସନ ସାଇନ୍ସ (ମୁମ୍ବାଇ )ପକ୍ଷରୁ ଏହି ସର୍ଭେ କରାଯାଉଥିବା କୁହାଯାଇଛି। ତେବେ ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଗ୍ରାମରେ ଏଭଳି ଅନୁସନ୍ଧାନକାରୀ ଦଳକୁ ଦେଖି ଲୋକ ଭୟଭୀତ ହେଉଥିବା ବେଳେ ଯେଉଁ ସବୁ ଅଞ୍ଚଳରେ ଏହି ଦଳ ବୁଲୁଛନ୍ତି ସେମାନଙ୍କୁ ସହଯୋଗ କରିବାକୁ ସ୍ଥାନୀୟ ସ୍ବାସ୍ଥ୍ୟ ବିଭାଗର କୌଣସି ସ୍ବାସ୍ଥ୍ୟକର୍ମୀ କିମ୍ବା ଅଙ୍ଗନଓ୍ବାଡି କର୍ମୀ କି ଆଶାକର୍ମୀ ନ ଥିବାରୁ ସନ୍ଦେହ ବଢ଼ି ଲୋକ ଭୟଭୀତ ହେଉଛନ୍ତି। ଏନେଇ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ କହିଛନ୍ତି, ଲୋକ ଭୟ କରିବା କିଛି କାରଣ ନାହିଁ ଏହି ସର୍ଭେ ମାଧ୍ୟମରେ ଲୋକଙ୍କୁ ଅଧିକ ଫାଇଦା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri