Health Tips: ୪୦ ଟପିଲେ ଦେଖାଯାଏ ସ୍ବାସ୍ଥ୍ୟ ସମସ୍ୟା: ଡାଇବେଟିସ୍‌, ବ୍ଲଡପ୍ରେସର ବ୍ୟତୀତ ବର୍ଷକୁ ଅତିକମ୍‌ରେ ଥରେ କରାଇ ନିଅନ୍ତୁ …

ବୟସ ୪୦ ଟପୁଟପୁ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଏ । ଡାଇବେଟିସ, ବ୍ଲଡପ୍ରେସର ତ ଏବେ ସାଧାରଣ ସ୍ବାସ୍ଥ୍ୟ ସମସ୍ୟାରେ  ପରିଣତ ହୋଇଗଲାଣି। ଏହାବ୍ୟତୀତ କାଶ, ଥଣ୍ଡା, ଆଣ୍ଠୁଗଣ୍ଠି ଯନ୍ତ୍ରଣା ସମସ୍ୟା ଅଧିକଂଶ ଦେଖାଯାଉଛି। ଏନେକ ସମୟରେ ଏହାବି ଦେଖିବାକୁ ମିଳେ ସାମାନ୍ୟ ଥଣ୍ଡା ଟିକେ ହେଲେ ଆମେ ଘରେ ଥିବା ମେଡିସିନ ଖାଇଦେଉ ମାତ୍ର ଏହାର ଏକ୍ସପାଏରୀ ଦେଖି ନ ଥାଉ ତେଣୁ ଜାଣନ୍ତୁ ସ୍ବାସ୍ଥ୍ୟଜନିତ କିଛି ଟିପ୍ସ, ଯାହା ଜାଣିବା ଅତ୍ୟନ୍ତ ଆବଶ୍ୟକ।

ମହୁ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ବିଶେଷ କରି ଏହା ଥଣ୍ଡାରୁ ଆମକୁ ଉପଶମ ଦେଇଥାଏ। ଏହାକୁ ପ୍ରତିଦିନ ସକାଳୁ ଉଷୁମ ପାଣି ସହ ମିଶାଇ ପିଇବା  ସ୍ବାସ୍ଥ୍ୟପାଇଁ ଭଲ।
ଅଣ୍ଟାଜନିତ କିଛି ସମସ୍ୟା ଥିଲେ ବସିବା ଉଠିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। କୌଣସି ସ୍ଥାନରେ ବସିଥିଲେ ହଠାତ୍‌ ଉଠନ୍ତୁ ନାହିଁ। କୌଣସି ଜିନିଷ ନେବା ଆଣିବା କରିବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।
ଯଦି ଆପଣଙ୍କର କିଛି ସ୍ବାସ୍ଥ୍ୟଜନିତ ସମସ୍ୟା ରହିଛି, ତେବେ ଖାଦ୍ୟପେୟ ଓ ଜୀବନଶୈଳୀ ପ୍ରତି ଦୃଷ୍ଟି ଦିଅନ୍ତୁ। ଅଭିଜ୍ଞ ଡାକ୍ତରଙ୍କ ସହ ମଧ୍ୟ ପରାମର୍ଶ କରିବାକୁ ଭୁଲନ୍ତୁ ନାହିଁ।
ନିଜ ଓଜନକୁ ସବୁବେଳେ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟା କରନ୍ତୁ। ଏଥିପାଇଁ ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ପ୍ରତିଦିନ ସକାଳୁ ଅତିକମ୍‌ରେ ଅଧ ଘଣ୍ଟାଏ ଚାଲନ୍ତୁ ଏବଂ ଓଜନ କମିବା ଭଳି ବ୍ୟାୟାମ କରନ୍ତୁ।ଘରେ ଯଦି କୌଣସି ଔଷଧ ରଖିଛନ୍ତି ତେବେ ତାହାର ଏକ୍ସପାଏରି ତାରିଖ ପ୍ରତି ସଚେତନ ରୁହନ୍ତୁ।
ବୟସ ୪୦ ଟପିଲେ କେତେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ତେଣୁ ଏହି ସମୟରେ ଡାଇବେଟିସ୍‌, ବ୍ଲଡପ୍ରେସର ବ୍ୟତୀତ ବର୍ଷକୁ ଅତିକମ୍‌ରେ ଥରେ ସମ୍ପୂର୍ଣ୍ଣ ଶରୀର ପରୀକ୍ଷା କରାଇ ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri