ଟିକା ନେଉନାହାନ୍ତି ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର, ୩୦।୧(ବ୍ୟୁରୋ): ରାଜ୍ୟରେ ଗତ ୧୬ ତାରିଖରୁ କରୋନା ଟିକାକରଣ ଜାରି ରହିଛି। ବର୍ତ୍ତମାନ କେବଳ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯାଉଛି। କେତେକ ଜିଲାରେ ଟିକାକରଣର ହାର ଖୁବ୍‌ କମ୍‌ ରହିଥିବାରୁ ରାଜ୍ୟ ସରକାର ଅସନ୍ତୋଷ ପ୍ରକାଶ କରିଛନ୍ତି। ସ୍ବାସ୍ଥ୍ୟକର୍ମୀମାନେ କାହିଁକି ଟିକା ନେଉନାହାନ୍ତି ତାକୁ ନେଇ ଚିନ୍ତା ବଢ଼ିଛି। ଏବେ ଟିକାର ପ୍ରଥମ ଡୋଜ୍‌ ଦିଆଯାଉଛି। ଏହି ପ୍ରକ୍ରିୟା ଫେବୃୟାରୀ ୧୦ରେ ସରିବ। ତେବେ ଗତ ସପ୍ତାହରେ ୯ ଜିଲାରେ ଟିକାକରଣ ସ୍ଥିତି ନୈରାଶ୍ୟଜନକ ରହିଛି। ଦେବଗଡ଼ ଜିଲାରେ ମାତ୍ର ୪୨% ଟିକାକରଣ ହୋଇଥିବାବେଳେ ଖୋର୍ଦ୍ଧା ୬୧%, ଯାଜପୁର ୬୨%, ଜଗତ୍‌ସିଂହପୁର ୬୬%, ନୟାଗଡ଼ ୬୭%, ଭୁବନେଶ୍ବର ମହାନଗର ନିଗମ ୭୬%, କଟକ ୭୬%, ସମ୍ବଲପୁର ୭୭% ଓ କେନ୍ଦୁଝରରେ ୭୮% ହୋଇଛି। ଏଭଳି ସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସ୍ବାସ୍ଥ୍ୟକର୍ମୀ କିପରି ଟିକା ନେବେ, ତାହା ସୁନିଶ୍ଚିତ କରିବାକୁ ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ସରକାର ଚିଠି ଲେଖିଛନ୍ତି। ସ୍ବାସ୍ଥ୍ୟକର୍ମୀମାନେ ଧାର୍ଯ୍ୟ ତାରିଖ ମଧ୍ୟରେ ଟିକା ନ ନେଲେ ପରବର୍ତ୍ତୀ ସମୟରେ ସରକାରଙ୍କ ପକ୍ଷରୁ ସେମାନଙ୍କୁ ଆଉ ମାଗଣା ଟିକା ଦିଆଯିବ ନାହିଁ। ଏ ସମ୍ପର୍କରେ ସ୍ବାସ୍ଥ୍ୟକର୍ମୀଙ୍କୁ ସ୍ପଷ୍ଟ ଭାବେ ଜଣାଇବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।
ସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁସାରେ, ଏଯାବତ୍‌ ୬୦.୬% ସ୍ବାସ୍ଥ୍ୟକର୍ମୀ ଟିକା ନେଇସାରିଲେଣି। ପ୍ରଥମ ପର୍ଯ୍ୟାୟରେ ୩,୩୮,୭୦୦ଜଣ ଟିକା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ଏର୍ଯ୍ୟନ୍ତ ୨,୦୫,୨୦୦ଜଣଙ୍କୁ ଦିଆଯାଇଛି। ଅନୁଗୋଳ ଜିଲାରେ ସର୍ବାଧିକ ୭୬.୪%ଜଣ ଟିକା ନେଇଛନ୍ତି। ତେବେ ଶୁକ୍ରବାର ୭୧% ଟିକାକରଣ ହୋଇଛି। ୧୫,୭୦୧ ଟିକାକରଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ୧୧,୧୪୨ଜଣ ଟିକା ନେଇଛନ୍ତି।
ସେପଟେ ଟିକାକରଣରେ ଓଡ଼ିଶା ଏକ ମାଇଲଷ୍ଟୋନ୍‌ ଛୁଇଁଛି। ଟିକାକରଣ ହାରରେ କେନ୍ଦ୍ରଶାସିତ ଅଞ୍ଚଳ ଲକ୍ଷାଦ୍ୱୀପ ପ୍ରଥମ ସ୍ଥାନରେ ରହିଥିବାବେଳେ ଦେଶର ସମସ୍ତ ରାଜ୍ୟ ମଧ୍ୟରେ ଓଡ଼ିଶା ପ୍ରଥମ ସ୍ଥାନରେ ରହିଛି। ଯେଉଁ ସ୍ବାସ୍ଥ୍ୟକର୍ମୀମାନେ କେତେକ ଦାବି ରଖି ଟିକା ନେଉ ନ ଥିଲେ, ସେମାନଙ୍କୁ ଗୁରୁବାରଠାରୁ ଟିକା ଦେବା ଆରମ୍ଭ ହୋଇଛି। ତେବେ ଜାନୁୟାରୀ ୩୧ରୁ ଫେବୃୟାରୀ ୨ ପର୍ଯ୍ୟନ୍ତ ପଲ୍‌ସ ପୋଲିଓ କାର୍ଯ୍ୟକ୍ରମ ପାଇଁ ଏହି ୩ ଦିନ କୋଭିଡ୍‌ ଟିକାକରଣ ବନ୍ଦ ରହିବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି। ଅନ୍ୟପକ୍ଷରେ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକାକରଣରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ତୋଷ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri