Categories: ରାଜ୍ୟ

ସ୍ବାସ୍ଥ୍ୟ କର୍ମୀ, ଗର୍ଭବତୀ ମହିଳା, ବରିଷ୍ଠ ନାଗରିକଙ୍କୁ ପ୍ରଥମେ ମିଳିବ ଟୀକା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ)-କରୋନା ମୁକାବିଲା ପାଇଁ ବିଭିନ୍ନ ଟୀକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ନିକଟରେ ଟୀକାମିଳିବାର ଆଶା ଉଜ୍ୱଳ ହୋଇଛି। ଟୀକା ପ୍ରଦାନ ସମୟରେ ସ୍ବାସ୍ଥ୍ୟ କର୍ମୀ ସମେତ ଗର୍ଭବତୀ ଏବଂ ୬୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟୀକ ପ୍ରଦାନରେ ପ୍ରାଥମିକତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ଏ କ୍ଷେତ୍ରରେ ଗୁରୁତର ରୋଗ ଭୋଗୁଥିବା ରୋଗୀଙ୍କର ଡାଟାବେସ ସହାୟକ ହେବ । ବିପଦସଙ୍କୁଳ ବର୍ଗ ବ୍ୟକ୍ତିମାନଙ୍କୁ ଟୀକା ପ୍ରଦାନ ସମୟରେ ବୃତ୍ତିଗତ, ବୈଜ୍ଞାନିକ, ସମ୍ପୂର୍ଣ୍ଣ ଫଳ ପ୍ରଦ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।
ବୁଧବାର ଗୁରୁବାର କୋଭିଡ ପରିଚାଳନା ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଟୀକା ନେବା ପର୍ଯ୍ୟନ୍ତ ମାସ୍କ ହିଁ ହେଉଛି ସବୁଠାରୁ ଫଳପ୍ରଦ ପ୍ରତିରୋଧକ। ମାସ୍କ ବ୍ୟବହାର ସହିତ ସାମାଜିକଦୂରତା ଏବଂ ହାତଧୋଇବା ଆଦି ସୁରକ୍ଷା ବ୍ୟବସ୍ଥା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।