ଟିକା ନ ନେବାକୁ ସ୍ବାସ୍ଥ୍ୟକର୍ମୀଙ୍କ ଚେତାବନୀ

ଭୁବନେଶ୍ୱର, ୧୫।୧(ବ୍ୟୁରୋ):ରାଜ୍ୟରେ ଶନିବାରଠାରୁ ଆରମ୍ଭ ହେବ କରୋନା ଟିକାକରଣ। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ ବୋଲି ଯୋଜନା ହୋଇଛି। କିନ୍ତୁ କରୋନା ଟିକା ନ ନେବାକୁ ଚେତାବନୀ ଦେଇଛନ୍ତି ୧୫ ହଜାର ସ୍ବାସ୍ଥ୍ୟକର୍ମୀ। କ୍ୟାଡର୍‌ ପୁନର୍ଗଠନ ଓ ପଦବୀ ପରିବର୍ତ୍ତନ ଦାବିରେ ଏପରି ନିଷ୍ପତ୍ତି ନେଇଛି ଓଡ଼ିଶା ରାଜ୍ୟ ପୁରୁଷ ଓ ମହିଳା ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ଏବଂ ସ୍ବାସ୍ଥ୍ୟ ପରିଦର୍ଶକ ମିଳିତ ମହାସଂଘ। ଗୁରୁବାର ମହାସଂଘ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ କୁହାଯାଇଛି ଯେ,
ଅନ୍ୟକୁ ଟିକା ଦେବୁ, କିନ୍ତୁ ନିଜେ ନେବୁ ନାହିଁ। ସରକାରଙ୍କ ପାଖରେ ସ୍ବାସ୍ଥ୍ୟକର୍ମୀମାନେ ବାରମ୍ବାର ଏହି ଦୁଇଟି ଦାବି ରଖି ଆସୁଥିଲେ ମଧ୍ୟ କୌଣସି ସମାଧାନ ହୋଇନି। କ୍ୟାଡର ପୁନର୍ଗଠନ ନ ହେବା ଦ୍ୱାରା ପଦୋନ୍ନତିରେ ସମସ୍ୟା ହେଉଛି। ତେଣୁ ଆସନ୍ତା ୧୬ ତାରିଖରୁ କରୋନା ଟିକାକରଣ ପ୍ରକ୍ରିୟାବେଳେ କଳା ବ୍ୟାଜ୍‌ ପରିଧାନ କରି ପ୍ରତିକାତ୍ମକ ଧାରଣା ଦିଆଯିବ। ଦାବି ପୂରଣ ନ ହେଲେ ଫେବୃୟାରୀ ୧ରୁ କାର୍ଯ୍ୟବନ୍ଦ ସହିତ ସିରିଞ୍ଜ ଛାଡ଼ ଆନ୍ଦୋଳନ କରିବାକୁ ସଂଘ ନିଷ୍ପତ୍ତି ନେଇଛି।
ମିଳିତ ମହାସଂଘ ଆବାହିକା ମମତା ନାୟକ କହିଛନ୍ତି, ବର୍ତ୍ତମାନ ଭଳି କରୋନାର ଘଡ଼ିସନ୍ଧି ମୁହୂର୍ତ୍ତରେ ସରକାରଙ୍କୁ ହଇରାଣ କରିବା ଆମର ଉଦ୍ଦେଶ୍ୟ ନାହିଁ। କ୍ୟାଡର୍‌ ପୁନର୍ଗଠନ ଏବଂ ପଦବୀ ପରିବର୍ତ୍ତନ ଦାବି ନେଇ ପୂର୍ବରୁ ମଧ୍ୟ ନଭେମ୍ବର ଓ ଡିସେମ୍ବର ମାସରେ ସରକାରଙ୍କୁ ଦାବିପତ୍ର ଦେଇଥିଲୁ। କିନ୍ତୁ ସରକାର ଏପର୍ଯ୍ୟନ୍ତ ଆମକୁ ଆଲୋଚନା ପାଇଁ ମଧ୍ୟ ଡାକିଲେ ନାହିଁ। ଆମ ପାଇଁ ଗୋଟିଏ ପଦୋନ୍ନତି ପଦବୀ ଅଛି। ଆମ ଚାକିରି କାଳ ସରିଯାଉଛି। ଅବସର ହୋଇଯାଉଛି, କିନ୍ତୁ ପ୍ରମୋଶନ ମିଳୁନାହିଁ। ତେଣୁ ଆମ କଥା ତୁରନ୍ତ ବିଚାର କରାଯାଉ। ଚାକିରି କାଳ ଭିତରେ ଆମକୁ ୪ଟି ପଦୋନ୍ନତି ବ୍ୟବସ୍ଥା କରାଯାଉ, ଡେଜିଗ୍‌ନେଶନ ଚେଞ୍ଜ କରାଯାଉ। ସରକାର ଆମ କଥା ବୁଝୁ ନ ଥିବାରୁ ଆମେ କୋଭିଡ୍‌ ଟିକା ନେବୁନି। କିନ୍ତୁ ଅନ୍ୟମାନଙ୍କୁ ଟିକା ଦେବୁ। କିନ୍ତୁ କରୋନା ପରିଚାଳନାରେ ଆମେ କୌଣସି ଅବହେଳା କରିବୁ ନାହିଁ ବୋଲି ମମତା ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri