କଳାବ୍ୟାଜ ପିନ୍ଧିଲେ ସ୍ବାସ୍ଥ୍ୟକର୍ମୀ

ପାରଳାଖେମୁଣ୍ଡି,୯।୧୨(ଡି.ଏନ୍‌.ଏ.): ପାରଳାଖେମୁଣ୍ଡିସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରେ କାର୍ଯ୍ୟରତ ମହିଳା, ପୁରୁଷ ସ୍ବାସ୍ଥ୍ୟକର୍ମୀ ଓ ସ୍ବାସ୍ଥ୍ୟ ପରିଦର୍ଶକ ୫ ଦଫା ଦାବି ନେଇ କଳାବ୍ୟାଜ ପରିଧାନ କରିଛନ୍ତି। ଏଥିରେ ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ତ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ସାମିଲ ଅଛନ୍ତି। ବହୁମୁଖୀ ସ୍ବାସ୍ଥ୍ୟକର୍ମୀ କ୍ୟାଡ଼ର ପୁର୍ନଗଠନ, ଚାକିରି କାଳରେ ସର୍ବନିମ୍ନ ୪ଟି ପଦୋନ୍ନତି, ଗ୍ରେଡ଼ ପେ’ ପ୍ରଦାନ, ତୃଣମୂଳସ୍ତରରେ କାର୍ଯ୍ୟରତ ବହୁମୁଖୀ ସ୍ବାସ୍ଥ୍ୟକର୍ମୀଙ୍କ ଚାକିରୀ କାର୍ଯ୍ୟକାଳକୁ ମୂଳ ଚାକିରୀରେ ଗଣନା କରିବା, ପୋଷାକ ଭତ୍ତା ଆକାରରେ ବାର୍ଷିକ ୫ ହଜାର ଟଙ୍କା ପ୍ରଦାନ କରିବା, ପଦବୀର ନାମ ପରିବର୍ତ୍ତନ କରିବା ଆଦି ଦାବି ରହିଛି। ଦାବିଗୁଡିକୁ ରାଜ୍ୟ ସରକାର ପୂରଣ କରିବାରେ ବିଳମ୍ବ କରୁଥିବା ପ୍ରତିବାଦରେ ମହାସଂଘର ନିଷ୍ପତ୍ତି କ୍ରମେ କଳାବ୍ୟାଜ ପରିଧାନ କରାଯାଇଥିବା ବେଳେ ଆସନ୍ତା ୧୪ରୁ ଅସହଯୋଗ ଓ ୨୧ରୁ ଜିଲା ମୁଖ୍ୟ ଡାକ୍ତରଖାନା ଆଗରେ ଧାରଣା ଦିଆଯିବ ବୋଲି ଚେତାବନୀ ଦିଆଯାଇଛି। ଅନୁସୂୟା ପଣ୍ଡା, କାଞ୍ଚନ ପାଣ୍ଡି, ଲିଳିତ କୁମାର ମହାନ୍ତି, ଜି. ରତିଦେଓ, ବେବି ରାଧାରାଣୀ ଜେନା, ଶାନ୍ତି କୁମାରୀ ଜେନା, ପଦ୍ମୟୀ , ସୁଜାତା ପାଢ଼ୀ, ରଶ୍ମିତା ପଟ୍ଟନାୟକ, ଅଞ୍ଜଳି ବାରିକ ପ୍ରମୁଖ ଏହି ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri