ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ, ଜିଲାପାଳଙ୍କୁ ଫେରାଦ

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ଏହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି କ୍ରମରେ ସୋମବାର ପୂର୍ବାହ୍ନରେ ବରଗଡ଼ ନାଗରିକ ମଞ୍ଚର ଏକ ପ୍ରତିନିଧି ଦଳ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଥିଲେ। ସ୍ବାସ୍ଥ୍ୟସେବାକୁ ନେଇ ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ଲାଗି ରହିଥିବା ସମସ୍ୟାର ସମାଧାନ ପାଇଁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ସ୍ମାରକପତ୍ର ଗ୍ରହଣ କରିଥିଲେ। ସ୍ମାରକପତ୍ରରେ ଉଲ୍ଲେଖ ରହିଛି,ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ସାଲାଇନ ଷ୍ଟାଣ୍ଡ ନଥିବାରୁ ରୋଗୀଙ୍କ ସମ୍ପର୍କୀୟଙ୍କୁ ଘଣ୍ଟା ଘଣ୍ଟା ସାଲାଇନ ହାତରେ ଧରି ଛିଡ଼ା ହେବାକୁ ପଡୁଛି। ସେହିପରି ଶଯ୍ୟାଭାବରୁ ସ୍ବାସ୍ଥ୍ୟକେନ୍ଦ୍ର ଚଟାଣରେ ରୋଗୀଙ୍କ ଚିକିତ୍ସା ଚାଲିଛି। ଏଠାରେ ଏଭଳି ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଯୋଗୁ ରୋଗୀମାନଙ୍କୁ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରି ଦିଆଯାଉଛି। ସେଠାରେ ମଧ୍ୟ ସ୍ବାସ୍ଥ୍ୟସେବା ଅପହଞ୍ଚ ହୋଇ ପଡୁଥିବାରୁ ରୋଗୀଙ୍କୁ ବୁର୍ଲାକୁ ସ୍ଥାନାନ୍ତର କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ସ୍ଥିତିରେ ଉଭୟ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟରେ ରହିଥିବା ସମସ୍ୟା ସମାଧାନ ପାଇଁ ନାଗରିକ ମଞ୍ଚ ଦାବି କରିଛି। ସେହିପରି ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅପରେଶନ ଥିଏଟର (ଓଟି)କୁ କାର୍ଯ୍ୟକ୍ଷମ କରିବା ସହ ମୋଟ ୨୧ଟି ଡାକ୍ତର ପଦବୀକୁ ପୂରଣକରିବା, ନର୍ସ ଓ ପାରା ମେଡିକାଲ ଷ୍ଟାଫ ନିଯୁକ୍ତି, ସମସ୍ତ ଔଷଧ, ପରୀକ୍ଷାକୁ ନିଶ୍ଚିତ କରିବା ପାଇଁ ନାଗରିକ ମଞ୍ଚ ଦାବି କରିଛି। ସ୍ମାରକପତ୍ର ପ୍ରଦାନ ସମୟରେ ନାଗରିକ ମଞ୍ଚର ଶିବାନନ୍ଦ ମଟାରୀ, ମହେନ୍ଦ୍ର ପୁରୋହିତ, ପ୍ରଶାନ୍ତ କୁମାର ନାୟକ, ସୁଶାନ୍ତ ସାହୁ, ଲତିଫ ଖାନ, ରାଜେନ୍ଦ୍ର ସିକନ୍ଦର, ଗଙ୍ଗା ପୂଜାରୀ, ବିମଲ କୁମାର ଶିକା, ସାରଥୀ ମେହେର, ସୁଶାନ୍ତ ପାଢ଼ୀ, ବିକାଶ ଅଗ୍ରୱାଲ, ସୁରେଶ ନେକାଣ୍ଟି, ଭବାନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷଣ ବାତ୍ୟାରେ ପରିଣତ ହେଲା ‘ଅର୍ଣ୍ଣବ’: ଆଖି ହେଲା ଦୃଶ୍ୟମାନ

ଭୁବନେଶ୍ୱର, ୨୬।୧୦: ବଙ୍ଗୋପସାଗର ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି। ଏହି ବାତ୍ୟାର ନାମ…

ଦାଦନ ଖଟିବାକୁ ଯାଇ ଚାଲିଗଲା ଯୁବକଙ୍କ ଜୀବନ, ଗାଁରେ ଶୋକର ଛାୟା

ଗୁଡାରି,୨୬।୧୦(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମପଂଚାୟତ ଅନ୍ତର୍ଗତ ଗୌଡ଼ ଢ଼େପାଗୁଡା ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ସୁଦୂର ଗୁଜରାଟ ରାଜ୍ୟକୁ…

ଲେଖି ରଖନ୍ତୁ ଯଦି…ରୋହିତ-କୋହଲିଙ୍କୁ ନେଇ ଏମିତି କଥା କହିଦେଲେ ସୁରେଶ ରାଇନା, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୨୬।୧୦:ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରୈନା। ‘ମିଷ୍ଟର…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ପ୍ରଶାସନ ତତ୍ପର, କାଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ର ମୁକାବିଲା ତଥା ପୂର୍ବ ପ୍ରସ୍ତୁତି ନେଇ କଳାହାଣ୍ଡି ଜିଲା ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି ।…

ଜାତୀୟ ରାଜପଥରେ କାରକୁ ଧକ୍କା ଦେଲା ଟ୍ରକ: ୫ ଗୁରୁତର

ମାର୍ଶାଘାଇ ୨୬।୧o(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ମାର୍ଶାଘାଇ ଥାନା ଅନ୍ତର୍ଗତ କୁସୁନପୁର ଆଖଣ୍ଡଳମଣି ମନ୍ଦିର ନିକଟରେ କାରକୁ ଏକ ଦ୍ରୁତଗାମୀ ଟ୍ରକ ଧକ୍କା…

କୋହଲି-ରୋହିତଙ୍କ ପରେ ଏହି ୨ ଖେଳାଳି ଭାରତର ସୁପରଷ୍ଟାର: ପୂର୍ବତନ ଅଲ୍‌ରାଉଣ୍ଡଙ୍କ ମନ୍ତବ୍ୟ ସମସ୍ତଙ୍କୁ କଲା ଚକିତ

ନୂଆଦିଲ୍ଲୀ,୨୬।୧୦: ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ପରେ ଭାରତୀୟ କ୍ରିକେଟ୍‌ର ଦାୟିତ୍ୱ ନେବାକୁ ନୂଆ ପିଢ଼ି ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନର…

IPL 2027: ଚେନ୍ନାଇ ସୁପର କିଙ୍ଗ୍ସକୁ ମିଳିଲେ ନୂଆ କୋଚ୍, ଦାୟିତ୍ୱ ସମ୍ଭାଳିବେ…

ନୂଆଦିଲ୍ଲୀ,୨୬।୧୦: ଆଇପିଏଲ୍‌ ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଷ୍ଟାଫ୍‌ରେ ନୂଆ ନିଯୁକ୍ତି ହୋଇଛି । ଇଂଲଣ୍ଡର ପୂର୍ବତନ ବୋଲର ଗାରେଥ୍ ବ୍ୟାଟିଙ୍କୁ ଦଳର…

କୋଟିଆ ବିବାଦ, ଓଡିଶା ପୋଲିସ୍ ପୋଷ୍ଟ୍ ସ୍ଥାପନର ୨୪ ଘଣ୍ଟା ନପୁରୁଣୁ ଆନ୍ଧ୍ରର ଫୋର୍ସ ମୁତୟନ

ପଟ୍ଟାଙ୍ଗି,୨୬।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?