ସୁସ୍ଥ ଶରୀର ଅନ୍ତରାଳେ

ଆମ ଶରୀରଟି ଜଳରେ ଗଢ଼ା ବୋଲି କହିଲେ କିଛି ଭୁଲ ହେବ ନାହିଁ। କାରଣ ଆମ ଶରୀର ଭିତରେ ଯେତେ ରକ୍ତ ପ୍ରବାହିତ ହେଉଛି, ତା’ର ଅଧାଅଧି ହେଉଛି କେବଳ ଜଳ। ତେଣୁ ଆମ ଶରୀର ଭିତରେ ଜଳର ପରିମାଣ ସବୁବେଳେ ସନ୍ତୁଳିତ ରହିବା ନିହାତି ଦରକାର। ଯଦି ଏଥିରେ ଅସନ୍ତୁଳନ ପରିଲକ୍ଷିତ ହେଲା, ତେବେ ଜଳୀୟ ଶୁଷ୍କତା ବ୍ୟତୀତ ଆଉ କେତେ ପ୍ରକାର ସ୍ବାସ୍ଥ୍ୟଜନିତ ସମସ୍ୟାର ସମ୍ମୁଖୀନ ହୋଇଥାଉ। ତେଣୁ ପ୍ରତିଦିନ ଆମେ ଆବଶ୍ୟକ ମୁତାବକ ଜଳ ପିଇବା ନିହାତି ଦରକାର। ଆମେ ପ୍ରତିଦିନ ଯେଉଁ ଖାଦ୍ୟ ଖାଉଛେ ତାହାକୁ ହଜମ କରିବାରେ ଜଳ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଜଳ ପିଇବା ବ୍ୟତୀତ ଚା, କଫି, ସରବତ, ଫଳରସ, ଡାଲି, ତରକାରି ତଥା ଅନ୍ୟାନ୍ୟ ଖାଦ୍ୟ ମାଧ୍ୟମରେ ଆମ ଶରୀର ଭିତରକୁ ଜଳ ପ୍ରବେଶ କରେ। ପ୍ରତ୍ୟେକ ସୁସ୍ଥ ବ୍ୟକ୍ତି ଦୈନିକ ୨-୩ ଲିଟର ବା ପାଖାପାଖି ଅଢ଼େଇ ଲିଟର ପାଣି ପିଇବା ଦରକାର। ଆମ ପ୍ରତ୍ୟେକଙ୍କ ମସ୍ତିଷ୍କରେ ରହିଛି ତୃଷାକେନ୍ଦ୍ର। ଶରୀରରେ ଜଳର ପରିମାଣ କମିଗଲେ ତୃଷାକେନ୍ଦ୍ର ଏହି ଖବରପାଇ ସଜାଗ ହୋଇଉଠେ। ଫଳରେ ଆମକୁ ଶୋଷକରେ ଏବଂ ଜଳ ପିଇଦେଲେ ଏହି ଖବର ତୃଷାକେନ୍ଦ୍ର ନିକଟରେ ପହଞ୍ଚି ତୃଷାକେନ୍ଦ୍ରକୁ ଶାନ୍ତ କରିଦିଏ ଏବଂ ଆମର ଶୋଷ ମେଣ୍ଟିଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri