ଉପକାରୀ ମଟର ଛୁଇଁ

ଆମ ଶରୀର ପାଇଁ ମଟର ଛୁଇଁର ମଧ୍ୟ ଅନେକ ଉପକାର ରହିଛି। କାରଣ ଏଥିରେ ରହିଛି ଆଇରନ୍‌, କ୍ୟାଲସିୟମ୍‌, ଭିଟାମିନ୍‌ ବି ୬, ଭିଟାମିନ୍‌ ସି, ମ୍ୟାଗ୍‌ନେସିୟମ୍‌ ଭଳି ଅନେକ ଗୁଣକାରୀ ତତ୍ତ୍ୱ। ଫଳରେ ଏହାକୁ ଖାଇଲେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିବା ସହ ହୃତ୍‌ପିଣ୍ଡ ଓ କିଡ୍‌ନୀ ସୁସ୍ଥ ରହିଥାଏ। ଏହା ରକ୍ତଚାପକୁ ମଧ୍ୟ ନିୟନ୍ତ୍ରଣରେ ରଖିଥାଏ। ଏଥିରେ ଫାଇବରର କିଛି ମାତ୍ରା ରହୁଥିବାରୁ ପାଚନତନ୍ତ୍ରକୁ ସକ୍ରିୟ କରିବାରେ ମଧ୍ୟ ଏହା ସାହାଯ୍ୟ କରିଥାଏ। କେବଳ ସେତିକି ନୁହେଁ, ଏହା କୋଲେଷ୍ଟରଲକୁ ମଧ୍ୟ ନିୟନ୍ତ୍ରଣରେ ରଖିଥାଏ। କେବଳ ସ୍ବାସ୍ଥ୍ୟ ପାଇଁ ନୁହେଁ, ତ୍ୱଚାର ସୌନ୍ଦର୍ଯ୍ୟ ବଢ଼ାଇବାରେ ବି ମଟର ଛୁଇଁର ଅନେକ ଭୂମିକା ରହିଛି। ମଟର ଛୁଇଁକୁ ଫାଇନ୍‌ ପେଷ୍ଟ କରି ତ୍ୱଚାରେ ଧୀରେ ଧୀରେ ମାଲିସ୍‌ କଲେ, ଏହା ନାଚୁରାଲ ସ୍କ୍ରବ୍‌ ର କାମ ଦେଇଥାଏ। କୁହାଯାଏ, ଏହିପରି କିଛିଦିନ କଲେ ତ୍ୱଚା ସଫା ଦେଖାଯିବା ସହ ଗ୍ଲୋ କରିଥାଏ। ଶୀତଦିନେ ଅନେକଙ୍କର ଓଠ ଆଉ ପାଦର ଗୋଇଠି ଫାଟେ। କଞ୍ଚା ମଟର ଛୁଇଁରୁ କିଛିକିଛି ନିୟମିତ ଖାଇଲେ ଏହି ସମସ୍ୟାରୁ କୁଆଡ଼େ ଅନେକ ଉପଶମ ମିଳିଥାଏ। ତେବେ ଅନେକ ଗୁଣରେ ଭରା ଏହି ମଟର ଛୁଇଁର କିନ୍ତୁ ଗୋଟିଏ ଅସୁବିଧା ରହିଛି; ତାହା ହେଉଛି ଗ୍ୟାସ୍‌ ସମସ୍ୟା। ତେଣୁ ଗ୍ୟାସ୍‌ ରୋଗରେ ପୀଡ଼ିତ ବ୍ୟକ୍ତିମାନେ ଟିକେ ଦେଖିଚାହିଁ ମଟର ଛୁଇଁ ଖାଇବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri