‘ସୁସ୍ଥ ମୃତ୍ତିକା ପୁଷ୍ଟିକର ଶସ୍ୟ ଯୋଗାଇବ’

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା): ସୁସ୍ଥ ମୃତ୍ତିକା ପୁଷ୍ଟିକର ଶସ୍ୟ ଯୋଗାଇପାରିବ। ହରିଦ୍ୱାରସ୍ଥିତ ପତଞ୍ଜଳି ଜୈବ ଅନୁସନ୍ଧାନ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଅନ୍‌ଲାଇନ ସ୍ବେଚ୍ଛାକୃତ ଯୋଗାହାର କାର୍ଯ୍ୟକ୍ରମର ୯୨୮ତମ ଦିନରେ ଏପରି ମତ ପ୍ରକାଶ ପାଇଛି। କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ପ୍ରାନ୍ତରୁ କୃଷକମାନେ ଯୋଡ଼ିହୋଇଥବାବେଳେ ‘ସଏଲ୍‌ ହେଲ୍‌ଥ ବା ମୃତ୍ତିକା ସ୍ବାସ୍ଥ୍ୟ’ ବିଷୟବସ୍ତୁ ଉପରେ ଆଲୋଚନା କରାଯାଇଥିଲା। ମାଟିରେ ପୋଷକ ତତ୍ତ୍ୱ ଅଧିକ ରହିବା ସହ ଜଳଧାରଣ କ୍ଷମତା ବଜାୟ ରହିଲେ ପୁଷ୍ଟିକର ଶସ୍ୟ ମିଳିପାରିବ ବୋଲି କାର୍ଯ୍ୟକ୍ରମରେ ମତ ପ୍ରକାଶ ପାଇଥିଲା। କାର୍ଯ୍ୟକ୍ରମ ଆରମ୍ଭରେ ପତଞ୍ଜଳି ଜୈବ ଅନୁସନ୍ଧାନ ପ୍ରତିଷ୍ଠାନର ପୱନ କୁମାର କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ନେଇ ବିସ୍ତୃତ ସୂଚନା ଦେଇଥିଲେ। ପରେ ଡ. ମନୋହରି ରାଠି ଏବଂ ତରୁଣ ଶର୍ମା ମୃତ୍ତିକା ସ୍ବାସ୍ଥ୍ୟ ଉପରେ ଆଲୋଚନା କରିଥିଲେ।

ମୃତ୍ତିକାର ଆର୍ଦ୍ରତା ଚିହ୍ନଟ ଯନ୍ତ୍ର, ବିଶେଷଜ୍ଞଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ପଦ୍ଧତି ଉପରେ ଉପସ୍ଥିତ ସଦସ୍ୟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସଏଲ୍‌ ହେଲ୍‌ଥ ଲ୍ୟାଡର ଚାର୍ଟ ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପଶ୍ଚିମ ଉତ୍ତରପ୍ରଦେଶ ଏବଂ ଉତ୍ତରପ୍ରଦେଶର କୃଷକମାନଙ୍କ ଦ୍ୱାରା ପରୀକ୍ଷା କରାଯାଉଛି। କୃଷକମାନେ ଆଗ୍ରହର ସହ ଏହାକୁ ବ୍ୟବହାର କରୁଛନ୍ତି ଏବଂ ଏହା କୃଷକମାନଙ୍କୁ ଆଗକୁ ବଢ଼ିବାରେ ସାହାଯ୍ୟ କରିବା ସହ ମାଟିରେ ଜୈବ ବିବିଧତା, ପୁଷ୍ଟିକର ଖାଦ୍ୟ ଏବଂ ଜଳର ଉପସ୍ଥିତି ତଥା ଗୁଣ ବିଷୟରେ ସଚେତନତା ସୃଷ୍ଟି କରିବାରେ ସାହାଯ୍ୟ କରୁଛି। ଏହି ପଦ୍ଧତି ତଥା ଯନ୍ତ୍ରାଂଶ ସେମାନଙ୍କୁ ଆତ୍ମନିର୍ଭରଶୀଳ ହେବାରେ ସହାୟକ ହେଉଛି।

ସମାନ କ୍ରମରେ ଡ. ସୁରେଶ କୁମାର କହିଛନ୍ତି, କ୍ରମାଗତ ଭାବରେ କ୍ଷେତକୁ ଫସଲର ଅବଶିଷ୍ଟାଂଶ ପ୍ରଦାନକରି ମାଟି ନିଜେ କ୍ଷେତରୁ ଆବଶ୍ୟକ ପୁଷ୍ଟିକର ଖାଦ୍ୟ ପାଇଥାଏ। ଏହାଦ୍ୱାରା ମାଟି ସାମଗ୍ରିକ ଭାବେ ସୁସ୍ଥ ରହିଥାଏ ଏବଂ ଚାଷୀଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିବ ନାହିଁ । ଭୋପାଳରୁ ଆସିଥିବା କୃଷି ବିଶେଷଜ୍ଞ ଡ. ବିନୟ ସ୍ବରୂପ ମେହେରୋତ୍ରା ମୃତ୍ତିକାର ସ୍ବାସ୍ଥ୍ୟ ପ୍ରତି ଗୁରୁତ୍ୱ ଦେବାକୁ ଆହ୍ବାନ ଦେଇଥିଲେ। ଜୈବ ବର୍ଜ୍ୟବସ୍ତୁ ପରିଚାଳନା ସହ ସାମଗ୍ରିକ ସ୍ବାସ୍ଥ୍ୟ ଉପରେ ସଞ୍ଜୟ ନୈଥାନି ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?