Posted inଜାତୀୟ

ଦିଲ୍ଲୀ ହାଇକୋର୍ଟର ବିଚାରପତିଙ୍କ ଘରୁ ମିଳିଲା ନୋଟ ଗଦା, ଯାହାକୁ ନେଇ ରାଜ୍ୟ ସଭାରେ ହଙ୍ଗାମା

ନୂଆଦିଲ୍ଲୀ,୨୧।୩: ଶୁକ୍ରବାର ରାଜ୍ୟ ସଭାରେ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ, ଦିଲ୍ଲୀ ହାଇକୋର୍ଟର ଜଣେ ବିଚାରପତିଙ୍କ ଘରୁ ମିଳିଥିବା ନୋଟ ଗଦା ପ୍ରସଙ୍ଗ ଉଠିଥିଲା। କଂଗ୍ରେସ ଏମପି ଜୟରାମ ରମେଶ ଏହି ପ୍ରସଙ୍ଗ ଉଠାଇଛନ୍ତି।
ଏହି ପ୍ରସଙ୍ଗ ଉଠାଇ ସେ ଅଧ୍ୟକ୍ଷଙ୍କୁ କହିଥିଲେ ଯେ ୫୫ ଜଣ ସଦସ୍ୟ ଆପଣଙ୍କୁ ଏକ ଚିଠି ଲେଖି ଦାବି କରିଛନ୍ତି ଯେ କେନ୍ଦ୍ର ସରକାର ନ୍ୟାୟପାଳିକାର ଦାୟିତ୍ୱ ବୃଦ୍ଧି କରିବା ପାଇଁ ଆବଶ୍ୟକ ପଦକ୍ଷେପ ନିଅନ୍ତୁ।

ଦିଲ୍ଲୀ ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ସରକାରୀ ବଙ୍ଗଳାରେ ଅଗ୍ନିକାଣ୍ଡ ଘଟିଛି। ସେ ଘରେ ନଥିଲେ । ଏପରି ପରିସ୍ଥିତିରେ ପରିବାର ସଦସ୍ୟମାନେ ତୁରନ୍ତ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଫୋନ କରିଥିଲେ। ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଥିବା ସମୟରେ, ଅଗ୍ନିଶମ କର୍ମଚାରୀମାନେ ବଙ୍ଗଳା ଭିତରେ ଏକ ବିରାଟ ଟଙ୍କା ଗଦା ପାଇଲେ। ଏହା ପରେ, ଏହି ମାମଲା ଉଚ୍ଚ ଅଧିକାରୀଙ୍କ ପାଖରେ ପହଞ୍ଚିଲା ଏବଂ ତା’ପରେ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଲା।

ଯେତେବେଳେ ଦେଶର ମୁଖ୍ୟ ବିଚାରପତି (CJI) ସଞ୍ଜିବ ଖାନ୍ନା ଏହା ଜାଣିବାକୁ ପାଇଲେ, ସେ ତୁରନ୍ତ କଲେଜିୟମର ଏକ ବୈଠକ ଡକାଇ ଜଷ୍ଟିସ ଯଶୱନ୍ତ ବର୍ମାଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆଲ୍ଲାହାବାଦ ହାଇକୋର୍ଟକୁ ସ୍ଥାନାନ୍ତର କରିଥିଲେ। ଜଷ୍ଟିସ ବର୍ମା ପୂର୍ବରୁ ଆହ୍ଲାବାଦ ହାଇକୋର୍ଟରେ ନିଯୁକ୍ତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

ସୁନା-ରୂପା ପରି ବଢିଚାଲିଛି ଏହି ଧାତୁର ଦାମ୍‌! ଏବେଠୁ କିଣି ନିଅନ୍ତୁ…

ନୂଆଦିଲ୍ଲୀ,୩୧।୧: ଯଦି ଆପଣଙ୍କର ଧ୍ୟାନ କେବଳ ସୁନା ଏବଂ ରୂପା ଉପରେ ରହିଛି, ତେବେ ବଜାରକୁ ପୁନଃପରୀକ୍ଷଣ କରିବାର ସମୟ ଆସିଛି। ବିଶ୍ୱ ସାମଗ୍ରୀ ବଜାରରେ ଏକ…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ କଳିକେଶ, ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୩୧।୧: ନବୀନ ନିବାସରେ ପହଞ୍ଚିଲେ କଳିକେଶ ନାରାୟଣ ସିଂହଦେଓ।କଳିକେଶଙ୍କୁ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି । କଳିକେଶଙ୍କୁ ନେତୃତ୍ୱ ଦେବା ପାଇଁ ୨…

ବିଶିଷ୍ଟ କବିଙ୍କ ପରଲୋକ: ଇଂରାଜୀ-ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ଇଂରାଜୀ ସାହିତ୍ୟ ଜଗତର ଉଜ୍ଜ୍ୱଳ ତାରକା, ବିଶିଷ୍ଟ ଶିକ୍ଷାବିତ୍‌ ତଥା କବି ପ୍ରଫେସର ରାଜେନ୍ଦ୍ର କୁମାର ପାଢ଼ୀଙ୍କ ପଦ୍ମପୁରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri