‘କେହି ଦୁଃଖ ଶୁଣିଲେନି’

ଆନନ୍ଦପୁର,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ମଙ୍ଗଳବାର ଜଣେ ଦିବ୍ୟାଙ୍ଗ ନ୍ୟାୟ ପାଇଁ ଧାରଣା ଦେଇଥିଲେ। ଦିବ୍ୟାଙ୍ଗ ବ୍ୟକ୍ତି ଜଣକ ହେଉଛନ୍ତି ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ବେତିରା ଗ୍ରାମର ଉମାକାନ୍ତ ପଣ୍ଡା। ନ୍ୟାୟ ପାଇଁ ଜିଲାପାଳଙ୍କଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଅବେଦନ କରି ନିରାଶ ହେବା ପରେ ଶେଷରେ ବାଧ୍ୟହୋଇ ଧାରଣା ଦେଇଥିବା ସେ ପ୍ରକାଶ କରିଥିଲେ। ତାଙ୍କ ଅଭିଯୋଗ ଅନୁଯାୟୀ, ସେ ଜନ୍ମରୁ ପୋଲିଓ ଆକ୍ରାନ୍ତ ହୋଇ ମଧ୍ୟ ନିଜ ପରିବାରର ଭରଣ ପୋଷଣ ପାଇଁ ରୋଜଗାର କରିଆସୁଥିଲେ। ହେଲେ ୪ ବର୍ଷ ହେଲା ମେରୁଦଣ୍ଡରେ ସମସ୍ୟା ବାହାରିବାରୁ ସେ ଆଉ ପୂର୍ବଭଳି ରୋଜଗାର କରିପାରିଲେନି। ରୋଜଗାର ଥିବା ଯାଏ ସମସ୍ତେ ପଚାରୁଥିଲେ। ହେଲେ ରୋଜଗାର କରି ନ ପାରିବାରୁ ପରିବାରବର୍ଗ ଆଉ ତାଙ୍କୁ ପଚାରିଲେ ନାହିଁି କି ନିଜ ପୈତୃକ ଘରେ ରହିବାକୁ ସୁଯୋଗ ବି ଦେଉନାହାନ୍ତି। ଏପରିକି ନିଜ ଭାଇ ଚଞ୍ଚକତା କରି ପୈତୃକ ସମ୍ପତ୍ତିକୁ ମାଡ଼ି ବସିଛନ୍ତି। ବାହାଘର ପରେ ଶ୍ୱଶୁର ଘରେ ରହି ଆସୁଥିଲେ। ରୋଜଗାର ହରାଇବା ପରେ ସେମାନେ ବି ତାଙ୍କୁ ତଡ଼ି ଦେଇଛନ୍ତି। ସରକାରଙ୍କ ପକ୍ଷରୁ ମିଳୁଥିବା ଭତ୍ତା ଓ ଟ୍ରାଇସାଇକେଲ ତାଙ୍କର ସାହାରା ପାଲଟିଛି। ଏହାବ୍ୟତୀତ ଏଣେତେଣେ ଚଲାବୁଲା କରିବା ସମୟରେ ଯିଏ ଯାହା ଗଣ୍ଡେ ଦେଲେ ତାହା ତାଙ୍କ ପେଟର ଭୋକ ମେଣ୍ଟାଉଛି। ମୁଣ୍ଡ ଗୁଞ୍ଜିବା ପାଇଁ ଛାତଟିଏ ଓ କୌଣସି ଏକ ରୋଜଗାରର ପନ୍ଥା ପାଇଁ ପ୍ରଶାସନିକସ୍ତରରେ ଗୁହାରି କରିଥିଲେ ହେଁ କେହି ଦୁଃଖ ଶୁଣିଲେନି। ପୂର୍ବାହ୍ନରୁ ଅପରାହ୍ନ ୫ଟା ଯାଏ ସେ ଧାରଣା ଦେଇଥିଲେ। ଉପଜିଲାପାଳ ଅନିଲ କୁମାର ସେଠୀ ତାଙ୍କ ଅଭିଯୋଗପତ୍ର ଗ୍ରହଣ କରି ପରିବାର ଲୋକଙ୍କ ସହ ଆଲୋଚନା କରାଯାଇ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ସେ ଧାରଣାରୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri