ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ,୧୪ା୭(କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷାରେ ଅନିୟମିତତା ମାମଲାର ଶୁଣାଣି ଶେଷ ହୋଇଛି। ଗୁରୁବାର ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଏହି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଓପିଏସ୍‌ସି ପକ୍ଷରୁ ପ୍ରକାଶିତ ଏଏସ୍‌ଓ ପରୀକ୍ଷାର ମେରିଟ ଲିଷ୍ଟକୁ ହାଇକୋର୍ଟରେ ରିଟ୍‌ ଓ ରିଭ୍ୟୁ ଭାବେ ଦୁଇଟି ଆବେଦନ କରାଯାଇଥିଲା। ଦୁଇଟିଯାକ ପିଟିଶନର ଏକାଠି ଶୁଣାଣି କରିବାକୁ ହାଇକୋର୍ଟ ଜୁନ୍‌ ୨୬ରେ ନିର୍ଦ୍ଦେଶ ଦେଇଥିଲେ।
ପ୍ରକାଶ ଯେ, ଓପିଏସ୍‌ସି ଦ୍ୱାରା ପରିଚାଳିତ ଏଏସ୍‌ଓ ନିଯୁକ୍ତି ପରୀକ୍ଷାରେ ପ୍ରକାଶିତ ମେରିଟ ଲିଷ୍ଟକୁ ହାଇକୋର୍ଟ ଖାରଜ କରି ସାନି ତାଲିକା ପ୍ରକାଶ ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଷୟଭିତ୍ତିକ ସର୍ବନିମ୍ନ ମାର୍କ ନିୟମ ଲାଗୁ କରାଯିବା ନିଯୁକ୍ତି ନିୟମ ଅନୁସାରେ ଗ୍ରହଣୀୟ ନୁହେଁ। ଓଡ଼ିଶା ସେକ୍ରେଟାରିଏଟ୍‌ର ଏଏସ୍‌ଓ ନିଯୁକ୍ତି ପ୍ରଣାଳୀ ଓ ସର୍ଭିସ ସର୍ତ୍ତାବଳୀ, ୨୦୧୬କୁ ଉଲ୍ଲଂଘନ କରାଯାଇ ବିଷୟଭିତ୍ତିକ ସର୍ବନିମ୍ନ ମାର୍କ ବ୍ୟବସ୍ଥା ଲାଗୁ କରାଯାଇଥିବାରୁ ପ୍ରକାଶିତ ମେରିଷ୍ଟ ଲିଷ୍ଟ ରଦ୍ଦ କରାଯାଉଛି ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେବା ସହ ୨୦୧୬ର ନିୟମ ପାଳନ କରି ସାନି ତାଲିକା ୨ମାସ ଭିତରେ ପ୍ରକାଶ କରିବାକୁ କହିଥିଲେ। ଏଥିସହ ହାଇକୋର୍ଟଙ୍କ ବିନା ଅନୁମତିରେ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଚୂଡ଼ାନ୍ତ ମେରିଷ୍ଟ ଲିଷ୍ଟ ପ୍ରକାଶ ପାଇପାରିବ ନାହିଁି ବୋଲି ଆଦେଶରେ ସ୍ପଷ୍ଟ କରିଥିଲେ। ତେବେ କମ୍ପ୍ୟୁଟର ଦକ୍ଷତା ପରୀକ୍ଷା ଜାରିରହିବ ବୋଲି ହାଇକୋର୍ଟ କହିଥିଲେ। ଏନେଇ କେତେଜଣ ପରୀକ୍ଷାର୍ଥୀ ଏକ ରିଟ୍‌ ପିଟିଶନ୍‌ ଦାଖଲ କରି ଦର୍ଶାଇଥିଲେ ଯେ, ଏଏସ୍‌ଓ ପରୀକ୍ଷାରେ ଅନିୟମିତତା ଯୋଗୁ ସେମାନେ ପ୍ରଭାବିତ ହୋଇଛନ୍ତି। ହାଇକୋର୍ଟ ଉକ୍ତ ମାମଲାରେ ସେମାନଙ୍କ ଆବେଦନର ଶୁଣାଣି ନ କରି ରାୟ ପ୍ରକାଶ କରିଥିବାରୁ ସେମାନଙ୍କୁ ମାମଲାରେ ପକ୍ଷଭୁକ୍ତ ହେବା ପାଇଁ ଅନୁମତି ଦେବାକୁ ପ୍ରାର୍ଥନା କରିଥିଲେ। ଅପରପକ୍ଷରେ ପୂର୍ବ ମେରିଟ୍‌ ଲିଷ୍ଟରେ ସ୍ଥାନ ପାଇଥିବା ରୁକ୍‌ସାନା ଆରା ବେଗମ୍‌ଙ୍କ ସମେତ ମୋଟ ୫ ଜଣ ପରୀକ୍ଷାର୍ଥୀଙ୍କ ପକ୍ଷରୁ ଦାଏର ରିଭ୍ୟୁ ପିଟିଶନକୁ ନେଇ ଜୁନ୍‌ ୨୨ରେ ଏକ ମାମଲା ରୁଜୁ ହୋଇଛି।
ଉଲ୍ଲେଖଯୋଗ୍ୟ, ୭୯୬ଟି ଏଏସ୍‌ଓ ପଦ ପାଇଁ ୨୦୨୨ ଅଗଷ୍ଟ ୨୭ରେ ଲିଖିତ ପରୀକ୍ଷା ହୋଇଥିଲା। ମୋଟ ୧ଲକ୍ଷ ୪୮ହଜାର ୮୮୮ଜଣ ଆବେଦନକାରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୧୦୪ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ୨୦୨୨ ନଭେମ୍ବର ୭ରେ ଓପିଏସ୍‌ସି ବିଜ୍ଞପ୍ତି ପ୍ରକାଶ କରିଥିଲା। ଏହି ତାଲିକାରେ ସ୍ଥାନ ପାଇଥିବା ପ୍ରାର୍ଥୀଙ୍କୁ ସାର୍ଟିଫିକେଟ/ନଥିପତ୍ର ଯାଞ୍ଚ ଓ କମ୍ପ୍ୟୁଟର (ପ୍ରାକ୍ଟିକାଲ) ସ୍କିଲ ଟେଷ୍ଟ ପାଇଁ ଡକାଯାଇଥିଲା। ଆରମ୍ଭରୁ ବିବାଦରେ ରହିଥିବା ଏଏସ୍‌ଓ ପରୀକ୍ଷାକୁ ନେଇ କେତେଜଣ ପ୍ରାର୍ଥୀ ଧାରଣା ଦେଇଥିଲେ। ଏ ନେଇ ପୂର୍ବରୁ ହାଇକୋର୍ଟରେ ଏକାଧିକ ମାମଲା ଦାଏର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri