Posted inଜାତୀୟ

ସୁପ୍ରିମକୋର୍ଟରେ ଶୁଣାଣି ଆଜି

ନୂଆଦିଲ୍ଲୀ,୩।୨(ପି.ଟି.): ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ଗତ ମାସ ୨୯ ତାରିଖ ଅମୃତ ସ୍ନାନ ବେଳେ ଦଳାଚକଟାରେ ୩୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିବା ସହ ୬୦ ଜଣ ଆହତ ହୋଇଥିଲେ। ମେଳାରେ ଯୋଗଦେଉଥିବା ଶ୍ରଦ୍ଧାଳୁଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦିଷ୍ଟ ଗାଇଡ୍‌ଲାଇନ୍‌ ଏବଂ ନିୟମାବଳୀ କାର୍ଯ୍ୟକାରୀ କରିବାକୁ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ସୋମବାର ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ୍‌ ସଞ୍ଜୟ କୁମାରଙ୍କ ଖଣ୍ଡପୀଠରେ ଏହାର ଶୁଣାଣି ହେବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ ହୋଇଥିବା କଜ୍‌ ଲିଷ୍ଟ୍‌ରୁ ଜଣାପଡ଼ିଛି।
ଆଇନଜୀବୀ ବିଶାଲ ତିଓ୍ବାରି ଦାଏର କରିଥିବା ଉକ୍ତ ପିଟିଶନରେ ଦଳାଚକଟା ଭଳି ଘଟଣା ଯେପରି ନ ଘଟେ, ତାହା ସୁନିଶ୍ଚିତ କରିବା ଏବଂ ସମ୍ବିଧାନର ଅନୁଚ୍ଛେଦ ୨୧ ଅନୁଯାୟୀ, ସମାନତା ଓ ଜୀବନ ଧାରଣ ମୌଳିକ ଅଧିକାରର ସୁରକ୍ଷା ପାଇଁ ନିବେଦନ କରିଥିଲେ। ଏଥିରେ କେନ୍ଦ୍ର ଏବଂ ସମସ୍ତ ରାଜ୍ୟଙ୍କୁ ପକ୍ଷ କରାଯାଇଛି। ମହାକୁମ୍ଭ ଶ୍ରଦ୍ଧାଳୁମାନଙ୍କ ପାଇଁ ସୁରକ୍ଷିତ ଓ ନିରାପଦ ପରିବେଶ ସୁନିଶ୍ଚିତ କରିବା ଦିଗରେ କେନ୍ଦ୍ର ଏବଂ ରାଜ୍ୟ ସରକାରଗୁଡ଼ିକ ମିଳିତ ଭାବେ କାର୍ଯ୍ୟ କରିବାକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ନିବେଦନ କରିଛନ୍ତି। ପ୍ରୟାଗରାଜକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ସୁରକ୍ଷା ତଥ୍ୟ ଯୋଗାଇଦେବା ସହ ସହାୟତା କରିବା ପାଇଁ ସବୁ ରାଜ୍ୟ ସେଠାରେ ସୁବିଧା କେନ୍ଦ୍ର ଖୋଲିବାକୁ ପିଟିଶନରେ ପ୍ରସ୍ତାବ ଦିଆଯାଇଛି। ତୀର୍ଥଯାତ୍ରୀମାନଙ୍କ ଯାତାୟାତରେ ସୁବିଧା ପାଇଁ ସୂଚନା ଫଳକ ଲଗାଇବା ସହ ବିଭିନ୍ନ ଭାଷାରେ ଘୋଷଣା କରାଯିବାକୁ ନିବେଦନ କରାଯାଇଛି। ଏଥିସହିତ ଶ୍ରଦ୍ଧାଳୁମାନଙ୍କ ସୁରକ୍ଷା ପ୍ରୋଟୋକଲ୍‌ର ପ୍ରଚାର ପାଇଁ ଏସ୍‌ଏମ୍‌ଏସ୍‌ ଏବଂ ହ୍ବାଟ୍ସଆପ୍‌ ମେସେଜ୍‌ ବ୍ୟବହାର ନିମନ୍ତେ ଆବେଦନରେ ପ୍ରସ୍ତାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri