Posted inଜାତୀୟ

ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୧୦।୨(ଆଇଏଏନ୍‌ଏସ୍‌):ଆଦାନୀ ଗ୍ରୁପ୍‌ର ଜାଲିଆତି ସମ୍ପର୍କରେ ଆମେରିକାର ଶର୍ଟ ସେଲ୍‌ କମ୍ପାନୀ ହିଣ୍ଡେନବର୍ଗ ରିସର୍ଚ୍ଚର ରିପୋର୍ଟର ତଦନ୍ତ ଜଣେ ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏକ କମିଟି ଦ୍ୱାରା କରାଇବା ପାଇଁ ଦାଏର ପିଟିଶନ୍‌ର ଶୁଣାଣି ଶୁକ୍ରବାର ସର୍ବୋଚ୍ଚ ଅଦାଲତ କରିବେ। ହିଣ୍ଡେନବର୍ଗ ରିସର୍ଚ୍ଚ ଆଣିଥିବା ଅଭିଯୋଗକୁ ଆଦାନୀ ଗ୍ରୁପ୍‌ ଅଗ୍ରାହ୍ୟ କରିଆସିଛି। ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କ ଖଣ୍ଡପୀଠରେ ଜରୁରୀ ଶୁଣାଣି ପାଇଁ ଆଇନଜୀବୀ ବିଶାଳ ତିଓ୍ବାରି ନିବେଦନ କରିଥିଲେ। ଏହି ପ୍ରସଙ୍ଗରେ ଅନ୍ୟ ଏକ ପିଟିଶନର ଶୁଣାଣି ୧୦ ତାରିଖରେ ହେବାକୁ ଥିବାରୁ ଏହାକୁ ମଧ୍ୟ ଏକସଙ୍ଗେ ଶୁଣାଣି କରିବାକୁ ତିଓ୍ବାରି ଖଣ୍ଡପୀଠଙ୍କୁ କହିଥିଲେ। ଆଇନଜୀବୀ ଏମ.ଏଲ୍‌. ଶର୍ମା ଦାଏର କରିଥିବା ଜନସ୍ବାର୍ଥ ମାମଲାରେ ହିଣ୍ଡେନବର୍ଗ ରିସର୍ଚ୍ଚର ମୁଖ୍ୟ ଆମେରିକାର ନାଟେ ଆଣ୍ଡରସନ୍‌ ଏବଂ ତାଙ୍କ ଭାରତୀୟ ସଂସ୍ଥା ଆପରାଧିକ ଷଡ଼ଯନ୍ତ୍ର କରି ଗତ ମାସ ୨୫ ତାରିଖ ପୂର୍ବରୁ ଓ ପରେ ଶହ ଶହ ବିଲିୟନ ଡଲାର ଶର୍ଟ ସେଲ୍‌ କରିଥିବା ଅଭିଯୋଗ ହୋଇଛି। ସେମାନେ ଆଦାନୀ ଗ୍ରୁପ୍‌ ବିରୋଧରେ ମନଗଢ଼ା ଖବର ପ୍ରକାଶ କରି ଶେୟାର ବଜାରରେ କ୍ରାସ୍‌ କରାଇ କମ୍‌ ଦରରେ ସେମାନଙ୍କ ଶର୍ଟ ସେଲ୍‌ ସ୍ଥିତି ବଢ଼ାଇଥିବା ପିଟିଶନରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri