Posted inଜାତୀୟ

ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୧୦।୨(ଆଇଏଏନ୍‌ଏସ୍‌):ଆଦାନୀ ଗ୍ରୁପ୍‌ର ଜାଲିଆତି ସମ୍ପର୍କରେ ଆମେରିକାର ଶର୍ଟ ସେଲ୍‌ କମ୍ପାନୀ ହିଣ୍ଡେନବର୍ଗ ରିସର୍ଚ୍ଚର ରିପୋର୍ଟର ତଦନ୍ତ ଜଣେ ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏକ କମିଟି ଦ୍ୱାରା କରାଇବା ପାଇଁ ଦାଏର ପିଟିଶନ୍‌ର ଶୁଣାଣି ଶୁକ୍ରବାର ସର୍ବୋଚ୍ଚ ଅଦାଲତ କରିବେ। ହିଣ୍ଡେନବର୍ଗ ରିସର୍ଚ୍ଚ ଆଣିଥିବା ଅଭିଯୋଗକୁ ଆଦାନୀ ଗ୍ରୁପ୍‌ ଅଗ୍ରାହ୍ୟ କରିଆସିଛି। ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କ ଖଣ୍ଡପୀଠରେ ଜରୁରୀ ଶୁଣାଣି ପାଇଁ ଆଇନଜୀବୀ ବିଶାଳ ତିଓ୍ବାରି ନିବେଦନ କରିଥିଲେ। ଏହି ପ୍ରସଙ୍ଗରେ ଅନ୍ୟ ଏକ ପିଟିଶନର ଶୁଣାଣି ୧୦ ତାରିଖରେ ହେବାକୁ ଥିବାରୁ ଏହାକୁ ମଧ୍ୟ ଏକସଙ୍ଗେ ଶୁଣାଣି କରିବାକୁ ତିଓ୍ବାରି ଖଣ୍ଡପୀଠଙ୍କୁ କହିଥିଲେ। ଆଇନଜୀବୀ ଏମ.ଏଲ୍‌. ଶର୍ମା ଦାଏର କରିଥିବା ଜନସ୍ବାର୍ଥ ମାମଲାରେ ହିଣ୍ଡେନବର୍ଗ ରିସର୍ଚ୍ଚର ମୁଖ୍ୟ ଆମେରିକାର ନାଟେ ଆଣ୍ଡରସନ୍‌ ଏବଂ ତାଙ୍କ ଭାରତୀୟ ସଂସ୍ଥା ଆପରାଧିକ ଷଡ଼ଯନ୍ତ୍ର କରି ଗତ ମାସ ୨୫ ତାରିଖ ପୂର୍ବରୁ ଓ ପରେ ଶହ ଶହ ବିଲିୟନ ଡଲାର ଶର୍ଟ ସେଲ୍‌ କରିଥିବା ଅଭିଯୋଗ ହୋଇଛି। ସେମାନେ ଆଦାନୀ ଗ୍ରୁପ୍‌ ବିରୋଧରେ ମନଗଢ଼ା ଖବର ପ୍ରକାଶ କରି ଶେୟାର ବଜାରରେ କ୍ରାସ୍‌ କରାଇ କମ୍‌ ଦରରେ ସେମାନଙ୍କ ଶର୍ଟ ସେଲ୍‌ ସ୍ଥିତି ବଢ଼ାଇଥିବା ପିଟିଶନରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri